www.samajalive.in
Monday, December 15, 2025
15.1 C
Bhubaneswar

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ଉଦଘାଟନ

ସମ୍ବଲପୁର: ଶୁକ୍ରବାର ସମ୍ବଲପୁର ସାଂସଦ ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ବିଭିନ୍ନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ଗୁଡିକର ଉଦଘାଟନ କରାଯାଇଛି। ସମ୍ବଲପୁର ରୁ ବରଗଡ଼କୁ ସଂଯୋଗ କରୁଥିବା ରାସ୍ତାରେ ସ୍ୱାଗତମ / ଧନ୍ୟବାଦ ସମ୍ବଲପୁର ତ୍ୱରଣ (ଜାତୀୟ ରାଜପଥ), ଝାରସୁଗୁଡାକୁ ସଂଯୋଗ କରୁଥିବା ରାସ୍ତାରେ ସ୍ୱାଗତମ / ଧନ୍ୟବାଦ ତ୍ୱରଣ (ରାଜ୍ୟ ରାଜପଥ) ଏବଂ ସମ୍ବଲପୁରର ଦୁର୍ଗାପାଲି ଛକରେ (ଜାତୀୟ ରାଜପଥ) ଜୁହାର ନବ ଆକୃତି କୁ ଉଦଘାଟନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କରିଛନ୍ତି। ଏହି ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ଗୁଡିକ ସମ୍ବଲପୁରକୁ ରାଜ୍ୟର ଆକର୍ଷଣୀୟ ସହର ରୂପେ ପରିଣତ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହିତ ନୁତନ ରୂପ ଦେବ। ଏହି ସମସ୍ତ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ଗୁଡିକୁ ବର୍ଜ ବସ୍ତୁ ଗୁଡିକରୁ ନିର୍ମାଣ କରାଯାଇଛି। ସମ୍ବଲପୁରର ସଂସ୍କୃତି, ଲୋକକଳା, ପରମ୍ପରା ଏବଂ ଐତିହ୍ୟକୁ ଏହି ପ୍ରକଳ୍ପ ଗୁଡିକରେ ପ୍ରତିଫଳିତ କରାଯାଇଛି। ଯାହାକି ଆଗାମୀ ଦିନରେ ସମ୍ବଲପୁରର ଐତିହ୍ୟକୁ ଜାତୀୟ ରାଜପଥରେ ପ୍ରତିଫଳନ କରିବ।

ଆଗାମୀ ଦିନରେ ସମ୍ବଲପୁରକୁ ସୁନ୍ଦର ଓ ଆଧୁନିକ କରିବା ଦିଗରେ ଅନେକ ପଦକ୍ଷେପ ନିଆଯାଉଛି ବୋଲି ଶ୍ରୀ ପ୍ରଧାନ ଏହି ଅବସରରେ କହିଛନ୍ତି। ଏହି ଅବସରରେ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ପୁର୍ବତନ ବିଧାୟକ ନାଉରୀ ନାଏକ, ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ସଚିନ ରାମଚନ୍ଦ୍ର ଜାଧବ, ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଆଇଜି ହିମାଂଶୁ ଲାଲ, ସମ୍ବଲପୁର ଜିଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର, ଜିଲା ପୁଲିସ ଆରକ୍ଷୀ ଅଧିକ୍ଷକ ମୁକେଶ ଭାମୁ, ସମ୍ବଲପୁର ମହାନଗର ନିଗମ ଆୟୁକ୍ତ ବେଦ ଭୂଷଣଙ୍କ ସମେତ ଅନ୍ୟ ମାନେ ଉପସ୍ଥିତ ରହିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories