www.samajalive.in
Sunday, December 7, 2025
23.1 C
Bhubaneswar

ଫୁଲବାଣୀ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଫୁଲବାଣୀ: ୭୬ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ, ଫୁଲବାଣୀର ଯୁବ ରେଡକ୍ରସ୍ ଶାଖା ଆନୁକୁଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ସୁବାସ ଚନ୍ଦ୍ର ପ୍ରଧାନ ମହାବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷରୋପଣ କରିଥିଲେ ଏବଂ ସମସ୍ତଙ୍କୁ ବୃକ୍ଷରୋପଣ କରିବା ସହ ଜଙ୍ଗଲ ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ବରିଷ୍ଠ ପ୍ରଫେସର୍  ମୂରଲୀଧର ସେଠୀ ଏବଂ ସୁକାନ୍ତ କୁମାର ବେହେରା ମହାବିଦ୍ୟାଳୟର ସୌନ୍ଦର୍ଯ୍ୟ ଏବଂ ସବୁଜିମା ବୃଦ୍ଧି କରିବା ନିମନ୍ତେ ବୃକ୍ଷ ରୋପଣ କାର୍ଯ୍ୟକୁ ଗୁରୁତ୍ୱ ଦେବା ସହ ଚାରା ଯୋଗାଇଥିଲେ।

ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ପାଠାଗାର ତରଫରୁ ମଧ୍ୟ କିଛି ଚାରା ଯୋଗାଇ ଦିଆଯାଇଥିଲା। ମହାବିଦ୍ୟାଳୟର ସମସ୍ତ ବିଭାଗ ଓ ବିଭାଗୀୟ ମୁଖ୍ୟ ଏବଂ ପ୍ରଫେସର୍ ବୃନ୍ଦ ଚାରା ରୋପଣ କରି କରିଥିଲେ। ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର କ୍ୟାଡେଟ୍ସ୍ ସମେତ ଛାତ୍ରଛାତ୍ରୀମାନେ ବୃକ୍ଷରୋପଣ  କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକାର ଚାରା ରୋପଣ କରିଥିଲେ ଏବଂ ବୃକ୍ଷ ଗୁଡ଼ିକ ସୁରକ୍ଷା ନିମନ୍ତେ ଶପଥ ନେଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories