www.samajalive.in
Saturday, December 6, 2025
23.1 C
Bhubaneswar

ସୁନାବେଶରେ ମନ ମୋହିଲେ ମହାପ୍ରଭୁ

ଫୁଲବାଣୀ: ରଥାରୂଢ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ସ୍ଥାନୀୟ ଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥାରୂଢ ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ କରି କୃପାଲାଭ କରିଛନ୍ତି ହଜାର ହଜାର ଶ୍ରଦ୍ଧାଳୁ। ରବିବାର ସନ୍ଧ୍ୟାରେ ରିତିନିତି ଅନୁଯାୟୀ ପୂଜାର୍ଚ୍ଚନା ପରେ ପୂଜକ ମାନେ ମହାପ୍ରଭୁଙ୍କୁ ସୁନାବେଶରେ ସଜାଇ ଥିଲେ। ଏହି ଅପୂର୍ବ ଦୃଶ୍ୟ ଦେଖିବା ପାଇଁ ଫୁଲବାଣୀ ସହର ତଥା ଆଖପାଖ ଅଞ୍ଚଳରୁ ବହୁ ସଂଖ୍ୟାରେ ଭକ୍ତଙ୍କ ସମାବେଶ ହୋଇଥିଲା।

ଏ ଅବସରରେ ମନ୍ଦିର ପରିସରରେ ଏକ ଭଜନ ସମାରୋହ ଆୟୋଜନ କରାଯାଇଥିଲା। ମନ୍ଦିର କମିଟି ସଭାପତି ସୁନାଶୀର ମହାପାତ୍ର, ସମ୍ପାଦକ ହରିଶ୍ଚନ୍ଦ୍ର ମହାରଣା, ଜିଲ୍ଲା ସଂସ୍କୃତି ଅଧିକାରୀ ଅକ୍ଷୟ ସେଠି, ଶଙ୍କର ବେହେରା, ଅଶୋକ ପଟନାୟକ, କାର୍ଯ୍ୟକାରୀ ସଦସ୍ୟ ପ୍ରତାପ ପାତ୍ର, ରଜତ ମହାନ୍ତି ପ୍ରମୂଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଭିଡ ନିୟନ୍ତ୍ରଣ ଏବଂ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଟାଉନ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories