www.samajalive.in
Sunday, December 7, 2025
14.1 C
Bhubaneswar

ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସିଂହପାଲିର ୟୁଥ ଏଣ୍ଡ ଇକୋ କ୍ଲବ ଦ୍ୱାରା ବିଦ୍ୟାଳୟ ପ୍ରାଙ୍ଗଣରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ପ୍ରଧାନଶିକ୍ଷକ ସୁରେନ୍ଦ୍ର ମଲ୍ଲିକଙ୍କ ନେତୃତ୍ୱରେ ବୃକ୍ଷରୋପଣ କରାଯାଇଥିଲା। ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଦ୍ୱାରା ୫୦ରୁ ଅଧିକ ବିଭିନ୍ନ କିସମର ଚାରା ରୋପଣ କରାଗଲା। ପ୍ରଧାନଶିକ୍ଷକ ଶ୍ରୀ ମଲ୍ଲିକ ବୃକ୍ଷରୋପଣର ଆବଶ୍ୟକତା ଓ ତାହାର ପ୍ରଭାବ ଉପରେ ଆଲୋକପାତ କରିଥିଲେ। ପରିବେଶରେ ବୃକ୍ଷ ହ୍ରାସର କାରଣ, ତାହାର ପ୍ରଭାବ ଓ ତାହାର ନିରାକରଣ ଉପରେ ପିଲାଙ୍କୁ ସଚେତନ କରାଯାଇଥିଲା।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories