www.samajalive.in
Sunday, December 14, 2025
23.1 C
Bhubaneswar

ଅଭିଭାବକ ସଚେତନ ହେଲେ ଶିକ୍ଷାର ବିକାଶ ହେବ

ଝୁମ୍ପୁରା: ଝୁମ୍ପୁରା ବ୍ଲକ ଅସନପାଟ ସ୍ଥିତ ସରକାରୀ ଆଶ୍ରମ ବିଦ୍ୟାଳୟ ପରିସର ମଧ୍ୟରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ପୁଷ୍ପମଞ୍ଜୁରୀ ମହାନ୍ତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ଅସନପାଟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗନ୍ନାଥ ମିଶ୍ର ମୁଖ୍ୟବକ୍ତ ଭାବେ ଯୋଗଦାନ କରି କହିଲେ ଯେ ବର୍ତ୍ତମାନ ଶିକ୍ଷାର ମାନ ଦ୍ରୁତ ଗତିରେ ବଢ଼ିବା ସହିତ ପିଲା ମାନଙ୍କ ମଧ୍ୟରେ ପ୍ରତିଯୋଗିତା ମୂଳକ ଭାବେ ଶିକ୍ଷା ଗ୍ରହଣ କରିବା ଦିଗରେ ଆଗ୍ରହ ପ୍ରକାଶ ପାଉଛି। ଶିକ୍ଷକ ଶିକ୍ଷୟତ୍ରୀ ମାନେ ଯେତିକି ଯତ୍ନବାନ ହୋଇ ପିଲାଙ୍କୁ ଶିକ୍ଷା ପ୍ରଦାନ କରୁଛନ୍ତି ତା ଠାରୁ ଅଭିଭାବକ ମାନେ ଆଉ ଦୁଇ ପାଦ ଆଗକୁ ଆଗେଇ ଆସିବା ନିତାନ୍ତ ଜରୁରୀ ହୋଇପଡ଼ିଛି। ଶିକ୍ଷାର ମାନ ବୃଦ୍ଧି କରିବା ଦିଗରେ ଅଭିଭାବକ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ଏହି ଉତ୍ସବରେ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତାର ବିଭିନ୍ନ ବିଭାଗରେ କୃତିତ୍ୱ ଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ବାର୍ଷିକ ଉତ୍ସବ ଅବସରରେ ବିଦ୍ୟାଳୟ କର୍ତ୍ତୃପକ୍ଷ ତରଫରୁ ପୁରସ୍କାର ପ୍ରଦାନ କରାଯାଇଥିଲା।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories