www.samajalive.in
Sunday, December 14, 2025
19.1 C
Bhubaneswar

ଏଲପିଜି ଦର ବୃଦ୍ଧି ପ୍ରତିବାଦରେ ମହିଳା କଂଗ୍ରେସର ବିକ୍ଷୋଭ

ଫୁଲବାଣୀ: ରନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ମହିଳା କଂଗ୍ରେସ ପକ୍ଷରୁ କନ୍ଧମାଳ ଜିଲାପାଳଙ୍କ କାର୍ୟ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ରାଜ୍ୟ ସଂଗଠନର ନିର୍ଦ୍ଦେଶ ପ୍ରକାରେ ଜିଲ୍ଲା ମହିଳା କଂଗ୍ରେସ ସଭାପତି ରୁଦା ମଲିକଙ୍କ ନେତୃତ୍ୱରେ ଦଳୀୟ କର୍ମୀ ଏକ ରାଲିରେ ଆସି ଜିଲାପାଳଙ୍କ କାର୍ୟ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଘରୋଇ ଗ୍ୟାସ ସିଲିଣ୍ଡର ପିଛା ୫୦ ଟଙ୍କା ଓ ବ୍ୟବସାୟିକ ଗ୍ୟାସ ଏକକାଳୀନ ୩୫୦ ଟଙ୍କା ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ କଂଗ୍ରେସ ନେତା। ଏହି ବିକ୍ଷୋଭ କାର୍ୟ୍ୟକ୍ରମରେ ଜିଲ୍ଲା ସଭାପତି ଅନାମ ନାୟକଙ୍କ ସମେତ ନଗର କଂଗ୍ରେସ ସଭାପତି ଶିବଶଙ୍କର ବେହେରା, ଛାତ୍ର କଂଗ୍ରେସ ସଭାପତି ଅନୁପମ କହଁର, ବରିଷ୍ଠ ନେତା ବିଜୟ ମହାନ୍ତି, ହେମନ୍ତ କର, ବଳଦେବ ବେହେରା, ଗୌରଚରଣ ବେହେରା,ସଂସାର ଭୋଇ ପ୍ରମୂଖ ଯୋଗ ଦେଇଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories