www.samajalive.in
Sunday, December 14, 2025
15.1 C
Bhubaneswar

ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍‌‌ଘାଟନ ଓ ଶିଳାନ୍ୟାସ

ଚୌଦ୍ୱାର: ଟାଙ୍ଗୀ-ଚୌଦ୍ୱାର ବ୍ଲକ ବାଣୀପଦା ପଞ୍ଚାୟତରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍‌‌ଘାଟନ ଓ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। କଟକ ସାଂସଦ ଭତ୍ତୃହରି ମହତାବ ଏହି କାର୍ୟ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ ୧୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପଞ୍ଚାୟତ ଅଭ୍ୟର୍ଥନା ଗୃହର ଶୁଭ ଉଦ୍‌‌ଘାଟନ କରିଥିଲେ। ଏଥି ସହିତ ଅମୃତ ସରୋବର ଯୋଜନାରେ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ପଞ୍ଚାୟତର ପୋଖରୀ ନବିକରଣ କାର୍ୟ୍ୟ ଏବଂ ବାଲୁଙ୍କେଶ୍ୱର ବିଦ୍ୟାପୀଠରେ ପିଲା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ବ୍ୟୟରେ ପ୍ରସ୍ତାବିତ ଡାଇନିଂ ହଲର ଶିଳାନ୍ୟାସ କରିଥିଲେ।ବିଜେଡ଼ି ଜିଲା ଉପ ସଭାପତି ପ୍ରେମଚାନ୍ଦ ନାୟକ, ସ୍ଥାନୀୟ ସରପଞ୍ଚ ଦିଲ୍ଲିପ ତରାଇ, ଜିଲା ପରିଷଦ ସଦସ୍ୟ ଜ୍ୟୋତ୍ସ୍‌‌ାରାଣୀ ସୁବୁଦ୍ଧିରାୟ, ଲକ୍ଷ୍ମଣ ରାଉତ,ତୀର୍ଥନନ୍ଦ ସୁବୁଦ୍ଧିରାୟ, ରଞ୍ଜନ ପରିଡ଼ା ପ୍ରମୁଖ କାର୍ୟ୍ୟକ୍ରମରେ ଅତିଥି ଭାବେ ଯୋଗଦେଇଥିଲେ। ସ୍ଥାନୀୟ ଯୁବକ ଓ ପଞ୍ଚାୟତ ବାସୀଙ୍କ ତରଫରୁ ଏକ ବାଇକ୍‌‌ ରାଲିରେ ସାଂସଦ ଶ୍ରୀ ମହତାବଙ୍କୁ ପଞ୍ଚାୟତର ବିଭିନ୍ନ ଅଞ୍ଚଳ ପରିକ୍ରମା କରାଯିବା ପରେ ସାଂସଦ ଓ ଅତିଥି ମାନେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।ବିଭିନ୍ନ ସରକାରୀ ଯୋଜନା ସଫଳତାର ସହିତ ଉପଯୋଗ କରି ପଞ୍ଚାୟତଟି ବିକାଶ ଧାରାରେ ସାମଲ ହୋଇ ଆଦର୍ଶ ପଞ୍ଚାୟତ ହୋଇ ପାରି ଥିବାରୁ ସାଂସଦ ଶ୍ରୀ ମହତାବ ପଞ୍ଚାୟତବାସୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories