www.samajalive.in
Sunday, December 14, 2025
26.1 C
Bhubaneswar

ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର

ରେଙ୍ଗାଲିକ୍ୟାମ୍ପ: ଅତାବିରା ଗୋଷ୍ଠୀ ଶିକ୍ଷା କାର୍ୟ୍ୟାଳୟ ଠାରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ଅତାବିରା ତରଫରୁ ମୂଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଥିଲା। ତିନିମାସ ପୂର୍ବେ ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟ ଶାସନ ସଚିବଙ୍କ ଲିଖିତ ପ୍ରତିଶ୍ରୁତି ଦେବାର ତିନିମାସ ବିତି ଯାଇଥିଲେ ସୁଦ୍ଧା ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକଙ୍କ କୌଣସି ଦାବୀ ପୂରଣ ନ ହୋଇ ଥିବାରୁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଅସନ୍ତୋଷ ବ୍ୟକ୍ତ କରିବା ସହ ଆଗାମୀ ୧୫ରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମାବେଶରେ ଶତପ୍ରତିଶତ ଯୋଗଦାନ କରି ଧାରଣା ଦେବାକୁ ମତ ବ୍ୟକ୍ତ କରିଥିଲେ। ଏଥିରେ ଶିକ୍ଷକ ସଙ୍ଘ ସଭାପତି ହରିହର ପଶାୟତ, ସମ୍ପାଦକ ବିରେନ୍ଦ୍ର କୁମାର ଭୋଇ କର୍ମକର୍ତ୍ତା ନନ୍ଦିଘୋଷ ଭୁଏ, ରଶ୍ମିରଞ୍ଜନ ସାହୁ ଉପସ୍ଥିତ ଥିଲେ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories