www.samajalive.in
Monday, December 15, 2025
17.1 C
Bhubaneswar

ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ

ନବରଙ୍ଗପୁର: ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ତରଫରୁ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇଯାଇଛି। ଏଥିରେ ଓଡ଼ିଆ ବିଭାଗର ମୁଖ୍ୟ ତଥା ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷା ମାଲେଶ୍ୱରୀ ସାହୁ ଅଧ୍ୟକ୍ଷତା କରି ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସର ମହତ୍ତ୍ଵ ସମ୍ପର୍କରେ ଅବଗତ କରାଇଥିଲେ। ଆଦର୍ଶ ସ୍ନାତକ ମହାବିଦ୍ୟାଳୟ, ନବରଙ୍ଗପୁରର ଅଧ୍ୟକ୍ଷ ଡଃ ରଞ୍ଜନ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଆ ଭାଷାର ଉତ୍ପତ୍ତି, ବିକାଶକ୍ରମ ସହିତ ଶାସ୍ତ୍ରୀୟ ମାନ୍ୟତା ପାଇବା ପଛରେ କ’ଣ ସବୁ ଉଦ୍ଦେଶ୍ୟ ରହିଥିଲା, ସେ ସଂପର୍କରେ ସୂଚାଇଥିଲେ। ମହାବିଦ୍ୟାଳୟର ଶିକ୍ଷା ବିଭାଗର ମୁଖ୍ୟ ଅଧ୍ୟାପିକା ଡଃ .ସଂଯୁକ୍ତା ପଣ୍ଡା ଅନ୍ୟତମ ବକ୍ତା ଭାବରେ ଯୋଗଦେଇ ନିଜ ଜନ୍ମଦାତ୍ରୀ ମା, ମାତୃଭୂମି, ମାତୃଭାଷାକୁ ଜଣେ ଖାଣ୍ଟି ଓଡ଼ିଆ ଭାବରେ କିଭଳି ଭଲ ପାଇବା ଆବଶ୍ୟକ ସେ ସମ୍ପର୍କରେ ଆଲୋକପାତ କରିଥିଲେ ଓ ଏଥି ପ୍ରତି ନାଗରିକର କର୍ତ୍ତବ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଓଡ଼ିଆ ବିଭାଗର ଛାତ୍ରୀମାନେ ଏହି ଦିବସର ମହତ୍ତ୍ଵ ସଂପର୍କରେ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଏଥିରେ ମହାବିଦ୍ୟାଳୟର ଅଧ୍ୟାପକ ବିନୋଦ ବିହାରୀ ପ୍ରଧାନ, ନୃପେନ୍ଦ୍ର ନାଥ ଖୋସଲା, ଅଧ୍ୟାପିକା ତାଇରା ବେଗମ୍, ଡଃ .ଏମ ରୋହିଣୀ ରାଣୀ ଓ ତରନୁମ୍ ଆରା ଯୋଗ ଦେଇଥିଲେ। ଓଡ଼ିଆ ବିଭାଗର ଅନ୍ୟତମ ଅଧ୍ୟାପକ ଲକ୍ଷ୍ମୀକାନ୍ତ ସୌରା କାର୍ୟ୍ୟକ୍ରମ ପରିଚାଳନା କରିବା ସହିତ ଧନ୍ୟବାଦ୍ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories