www.samajalive.in
Sunday, December 14, 2025
19.1 C
Bhubaneswar

ଆଦର୍ଶ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ବୌଦ୍ଧ: ଆଦର୍ଶ ସ୍ନାତକ ମହାବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଉତ୍ସବରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଭାଇସ ଚାନସେଲର ପ୍ରଫେସର ବିଧୁଭୂଷଣ ମିଶ୍ର ମୁଖ୍ୟଅତିଥି ଭାବରେ ଯୋଗଦେଇ ତାଙ୍କ ଅଭିଭାଷଣରେ ଦ୍ରୋଣାଚାର୍ୟ୍ୟ ଓ ଏଳଲବ୍ୟଙ୍କ ଉଦାହରଣ ଦେଇ ଗୁରୁ ଶିଷ୍ୟ ସଂପର୍କ ଉପରେ ଆଲୋକପାତ କରିଥିଲେ ଏବଂ ଛାତ୍ରଛାତ୍ରୀମାନେ ନିଜକୁ ହୀନମନ୍ୟତା ସ୍ୱୀକାର ନକରି ଆଗକୁ ବଢ଼ିଯିବାକୁ ଆହ୍ୱାନ ଦେଇଥିଲେ। ସମ୍ମାନିତ ଅତିଥି ଭାବରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ରାଜନିତୀ ବିଜ୍ଞାନ ବିଭାଗର ସହକାରୀ ପ୍ରାଧ୍ୟାପକ ରଜତ କୁମାର କୁଜୁର ଯୋଗଦେଇ ଛାତ୍ରଛାତ୍ରୀମାନେ ଭବିଷ୍ୟତ କଥା ଚିନ୍ତା ନକରି ବର୍ତମାନ ସମୟର କିପରି ସଦୁପଯୋଗ କରିବେ ଗୁରୁତ୍ୱାରୋପ କରିଥିଲେ। ମହାବିଦ୍ୟାଳୟର ଅର୍ଥନିତୀ ବିଭାଗୀୟ ମୁଖ୍ୟ ପ୍ରମୋଦ କୁମାର ମେହେର ଅତିଥି ପରିଚୟ ପ୍ରଦାନ କରିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ରବୀନ୍ଦ୍ର କୁମାର ସାହୁ ବାର୍ଷିକ ବିବରଣୀ ପାଠ କରିବାସହ ଛାତ୍ରଛାତ୍ରୀମାନଙ୍କୁ ଦାୟିତ୍ୱବାନ ଓ ଇତ୍ତରଦାୟୀ ହେବାକୁ ଆହ୍ୱାନ ଦେଇଥିଲେ। ଏହି ଉତ୍ସବରେ ମୁଖ୍ୟଅତିଥି କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ପରିଶେଷରେ ଅଧ୍ୟାପିକା ସୁମିତ୍ରା ସେଠୀ ଧନ୍ୟବାଦ ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନେ ଉତ୍ସବ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ।

Hot this week

ମାଲକାନଗିରି ହିଂସା:୧୨ ଗିରଫ

ସମାଜ ଲାଇଭ ଡ଼େସ୍କ:ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories