www.samajalive.in
Sunday, December 14, 2025
26.1 C
Bhubaneswar

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଫୁଲବାଣୀ: ଏହି ବ୍ଲକ ସ୍ଥିତ ରଟିଙ୍ଗିଆ ଗ୍ରାମ ପଞ୍ଚାୟତର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚତୁର୍ଭୁଜ ସାହୁଙ୍କ ଅଧ୍ୟକ୍ଷତାରେ ଏହି ସଭା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ହରପ୍ରସାଦ ଭୋଇ ଜିଲ୍ଲା ମୁଖ୍ୟ ଅତିରିକ୍ତ ପ୍ରକଳ୍ପ ଅଧିକାରୀ, ଫୁଲବାଣୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ଵାରା ଉଚ୍ଚ ଶିକ୍ଷା ପାଇଁ ଜୀବନରେ ଶାନ୍ତି ଶୃଙ୍ଖଳା, ସଂଯମତା ରକ୍ଷାକରିବା ଏବଂ ଜ୍ଞାନରୁପକ ଉପଦେଶ ଉଦାହରଣ ସ୍ୱରୂପ ଅଭିଭାଷଣ ଦେଇଥିବାବେଳେ ଜାତୀୟତା, ସାମାଜିକ ମୂଲ୍ୟବୋଧରେ ନୈକତା ଶିକ୍ଷା ଗ୍ରହଣ କରିବା ପାଇଁ ମାର୍ଗଦର୍ଶନ ଦେଇଥିଲେ। ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ବ୍ୟତୀତ କିରାଣୀ ଜିତେନ୍ଦ୍ର କୁମାର ନାୟକ ଏବଂ ଅନ୍ୟ ଅତିଥିମାନେ ମଧ୍ୟ ନିଜର କାବ୍ୟକବିତା ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ପ୍ରେରଣା ପ୍ରଦାନ କରିଛନ୍ତି।ଦଶମ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଶିକ୍ଷକ, ଶିକ୍ଷୟତ୍ରୀମାନଙ୍କୁ ବିଭିନ୍ନ ଉପହାର ପ୍ରଦାନ କରିଥିଲେ। ତତ୍ ସହିତ ମନୋରଞ୍ଜନ କାର୍ଯ୍ୟକ୍ରମ କରାଯାଇଥିବା ବେଳେ କବିତା, ସଙ୍ଗୀତ ଓ ନୃତ୍ୟ ପରିବେଷଣ କରୁଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories