www.samajalive.in
Sunday, December 14, 2025
14.1 C
Bhubaneswar

କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀଙ୍କ ଯାଜପୁର ଜିଲ୍ଲା ଗସ୍ତ

ଯାଜପୁର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଦୁଇ ଦିନିଆ ଯାଜପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ୱନ୍ଧରେ ସମୀକ୍ଷା କରିଛନ୍ତି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମନ୍ତ୍ରୀ ଶ୍ରୀ ମୁଣ୍ଡା ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ଜିଲ୍ଲାପାଳ ପାୱାର ପଏଣ୍ଟ ମାଧ୍ୟମରେ ଜନଜାତି ବହୁଳ ଦାନଗଦୀ ଓ ସୁକିନ୍ଦା ବ୍ଲକରେ କାର୍ଯ୍ୟକାରୀ ହେଉଥିବା ଶିକ୍ଷା, ସ୍ୱାସ୍ଥ୍ୟ, ଜୀବନଜୀବିକା ମିଶନ କାର୍ଯ୍ୟକ୍ରମ, ଦୀନ୍ଦୟାଲ ଉପାଧ୍ୟାୟ ଗ୍ରାମୀଣ କୈାଶଳ ଯୋଜନା, ଜଳସେଚନ, କୃଷି, ମାତୃ ଓ ଶିଶୁ ମଙ୍ଗଳ କାର୍ଯ୍ୟକ୍ରମ, ଶିଶୁ ମାତୃ ପୁଷ୍ଟିବର୍ଦ୍ଧକ କାର୍ଯ୍ୟକ୍ରମ, ବିଶୁଦ୍ଧ ପାନୀୟ ଜଳ, ପରିବେଶ ପ୍ରଦୁଷଣ ମୁକ୍ତ, ଜଳଚ୍ଥାୟା ପ୍ରକଳ୍ପ, ସମନ୍ୱିତ କୃଷି, ସୁଷମ ବଣ୍ଟନ ବ୍ୟବସ୍ଥାରେ ରେସନ କାର୍ଡ ଯୋଗାଣ, ଅନ୍ତଦ୍ୱୟ ଅନ୍ନପୂର୍ଣ୍ଣା ଯୋଜନା, ଟସର ପ୍ରକଳ୍ପ ଏବଂ ଆତ୍ମ ନିଯୁକ୍ତି ଆଦି ଯୋଜନାର ରୂପାୟନ ସମ୍ପର୍କରେ ଉପସ୍ଥାପନ କରିଥିଲେ। ଆଜି ଶ୍ରୀ ମୁଣ୍ଡା ସୁକିନ୍ଦା, ବରୁଣ୍ଡେଇ, ବରୀ, ରତ୍ନଗିରି ଆଦି କ୍ଷେତ୍ର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories