www.samajalive.in
Monday, December 15, 2025
15.1 C
Bhubaneswar

ରାହୁଲ ଗାନ୍ଧୀଙ୍କୁ ଲୋକସଭାରୁ ବହିଷ୍କାରକୁ ସର୍ବଦଳୀୟ ବୈଠକରେ ନିନ୍ଦା

ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କୁ ଲୋକସଭାରୁ ବହିଷ୍କାର କରାଯିବାରେ ସର୍ବଦଳୀୟ ବୈଠକରେ ଗଭୀର ଉଦ୍‌ବେଗ ପ୍ରକାଶ କରାଯିବା ସହିତ ଏହି ଅଗଣତାନ୍ତ୍ରିକ ଘଟଣାର ପ୍ରତିବାଦ ଓ ପ୍ରତିରୋଧ କରାଯିବା ପାଇଁ ନିଷ୍ପତି ହୋଇଛି। ବିଜେପି- ଆରଏସ୍‌ଏସର ଏହି ରାଜନୈତିକ ଷଡ଼ଯନ୍ତ୍ର, ବିରୋଧିଙ୍କୁ ମୂଳୋତ୍ପାଟନ କରିବାର କୁତ୍ସିତ ପ୍ରୟାସ କଲେ ସମସ୍ତ ବିରୋଧି ଦଳ ରାସ୍ତାକୁ ଓହ୍ଲାଇବେ ଓ ପ୍ରତିରୋଧ ଆନ୍ଦୋଳନକୁ ତୀବ୍ର କରିବାର ନିଷ୍ପତି ହୋଇଛି। ସାଂପ୍ରଦାୟୀକତା ବାଦ ବିରୋଧରେ ସବୁ ବାମ, ଗଣତାନ୍ତ୍ରିକ, ଧର୍ମ ନିରପେକ୍ଷ ଓ ଦେଶପ୍ରେମୀ ବ୍ୟକ୍ତି ଐକତାବଦ୍ଧ ସଂଗ୍ରାମ ଗଢ଼ିତୋଳିବାକୁ ଏହି ବୈଠକରେ ଆହ୍ୱାନ ଦିଆଯାଇଛି । ସୋମବାର ଦିନ ରାଜଭବନ ଚଲୋ କାର୍ଯ୍ୟକ୍ରମ କରାଯିବାପାଇଁ ସ୍ଥିର କରାଯାଇଛି।

ବୈଠକରେ କଂଗ୍ରେସ, ସିପିଆଇ, ସିପିଆଇ (ଏମ), ସିପିଆଇ (ଏମଏଲ) ଲିବରେସନ, ସମାଜବାଦୀ ପାର୍ଟି, ଫରୱାଡ ବ୍ଲକ, ଏନସିପି, ଆମଆଦମୀ ପାର୍ଟି, ସମୃଦ୍ଧ ଓଡ଼ିଶା ପ୍ରଭୃତି ଦଳର ନେତୃବୃନ୍ଦ ମାନେ ଯୋଗ ଦେଇଥିଲେ । ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଅଳି କିଶୋର ପଟ୍ଟନାୟକ, ଅଭୟ ସାହୁ, ଜନାର୍ଦ୍ଦନ ପତି, ନାରାୟଣ ରେଡି, ଯୁଧିଷ୍ଠୀର ମହାପାତ୍ର, ରବି ବେହେରା, ରଙ୍ଗାଚରଣ ପ୍ରଧାନ, ଜତିଷ ମହାନ୍ତି, ଜ୍ୟୋତିରଞ୍ଜନ ମହାପାତ୍ର, ବିକ୍ରମ ସ୍ୱାଇଁ ପ୍ରମୁଖ ନେତୃବୃନ୍ଦମାନେ ଯୋଗଦେଇ ଘୋର ନିନ୍ଦା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories