www.samajalive.in
Friday, December 12, 2025
16.1 C
Bhubaneswar

ଆଜି ଉତ୍କଳ ଦିବସ

୧୯୩୬ ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶା ଏକ ସ୍ବତନ୍ତ୍ର ରାଜ୍ୟ ଭାବେ ଗଠିତ ହୋଇଥିଲା। ଏହି ସ୍ମୃତିରେ ପ୍ରତିବର୍ଷ ଏପ୍ରିଲ୍ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ। ପ୍ରତିଟି ଓଡ଼ିଆଙ୍କ ପାଇଁ ଏହା ଏକ ଗର୍ବ ଓ ଗୌରବର ଦିନ। ସ୍ବତନ୍ତ୍ର ଓଡ଼ିଶାର ଜନ୍ମ ସମୟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଲେଖନୀରୁ ଝରିଆସିଥିଲା ଏଇ ସୁପ୍ରସିଦ୍ଧ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’। ୧୫୬୮ରେ ଏକ “ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ” ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା। ଓଡ଼ିଶାର ଭବିଷ୍ୟତକୁ ସ୍ବର୍ଣ୍ଣିମ କରିବା ପାଇଁ ଏହି ମହାନ୍ ବିପ୍ଳବୀମାନେ ଖୁବ୍ କଷ୍ଟ କରିଥିଲେ। ଶେଷରେ ସ୍ବତନ୍ତ୍ର ଓଡ଼ିଶାର ଜନ୍ମ ହୋଇଥିଲା। ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଉତ୍କଳ ଦିବସ ନାମରେ ପାଳନ କରାଯାଇ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ଶ୍ରଦ୍ଧା ଓ ସମ୍ମାନ ଅର୍ପଣ କରାଯାଏ। ଓଡ଼ିଶାବାସୀଙ୍କ ପାଇଁ ଏମାନେ ଚିରନମସ୍ୟ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories