ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଚେମେଣା ନର୍ସରୀ ନିକଟରେ ଛିଡ଼ା ହୋଇଥିବା ଟ୍ରକ ପଛରେ ଅନ୍ୟ ଏକ ଟ୍ରକ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଚାଳକ ଜଣଙ୍କ ଟ୍ରକ ଭିତରେ ଚାପି ହୋଇ ରହିଯାଇଥିଲେ। ଅଗ୍ନିଶମ ବାହିନୀ ବହୁ ଉଦ୍ୟମ କରି ତାଙ୍କୁ ଟ୍ରକ ଭିତରୁ ବାହାର କରିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ରୋଗୀଯାନ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Popular Categories



