ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ

ଡେସ୍କ: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ଆଜି ଭୋର ସମୟରେ ୭୪ ବର୍ଷ ବୟସରେ ପରଲୋକ ହୋଇଛି। ଭୁବନେଶ୍ୱର ଆପୋଲୋ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଯକୃତ ଜନିତ ରୋଗରେ ପୀଡ଼ିତ ହେବା ପରେ ତାଙ୍କୁ ପ୍ରଥମେ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଗତ ୧୬ ତାରିଖରେ ଭର୍ତ୍ତି କରାଯାଇଥିଲା ଓ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

ଜଣେ ସଫଳ ରାଜନେତା ଭାବେ ପରିଚିତ ବୀରେନ୍ଦ୍ର ପାଣ୍ଡେ ଝାରସୁଗୁଡା ବିଧାନସଭା ଆସନରୁ କଂଗ୍ରେସ ଦଳରୁ ୩ ଥର ୧୯୮୦, ୧୯୮୫ ଓ ୧୯୯୫ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

Comments are closed.