www.samajalive.in
Sunday, December 7, 2025
18.1 C
Bhubaneswar

ଓଡ଼ିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ

କଟକ : କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ ତଥା ଜାତୀୟ କ୍ରୀଡା ଦିବସ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। କଟକ ଆଇପିଏସ ମେସସ୍ଥିତ ଆର.କେ. ପାଢ଼ୀ ମେମୋରିଆଲ ହଲଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ସମାରୋହରେ ଡିଜିପି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡିଶା ପୋଲିସର କ୍ରୀଡ଼ାବିତଙ୍କ ଉଚ୍ଚ ପ୍ରଶଂସା କରିବା ସହ ସେମାନଙ୍କ ଅସାଧାରଣ ପ୍ରତିଭା ଏବଂ କ୍ରୀଡ଼ା ଉତ୍କର୍ଷତାର ଭୁୟସୀ ପ୍ରଶଂସା କରିଥିଲେ। ଏଥି ନିମନ୍ତେ ବିଗତ ଦିନରେ  ସାରା ଦେଶରେ ଓଡିଶା ପୋଲିସର ସୁନାମ ବୃଦ୍ଧି ପାଇଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ।

- Advertisement -

ଏହି ସମ୍ବର୍ଦ୍ଧନା ସମାରୋହ ଓଡ଼ିଶାର ଯୁବ ପ୍ରତିଭାମାନଙ୍କୁ କ୍ରୀଡ଼ା ପ୍ରତି ଆକୃଷ୍ଟ କରିବା ସହ ଭବିଷ୍ୟତରେ ନୂଆ ମାଇଲଖୁଣ୍ଟ ହାସଲ କରିବା ପାଇଁ ନିଶ୍ଚିତ ଭାବେ ପ୍ରେରଣା ଯୋଗାଇବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ଏହି ଅବସରରେ ଆମେରିକାର ବର୍ମିଂହାମଠାରେ ଅନୁଷ୍ଠିତ  ହେଇଥିବା ବିଶ୍ଵ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ଭଳି ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଓଡ଼ିଶା ପୋଲିସର ୭ ଜଣ କ୍ରୀଡାବିତଙ୍କ ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ମଧ୍ୟ ଡିଜିପି ଉଲ୍ଲେଖ କରିଥିଲେ।  ଏହି କ୍ରୀଡ଼ାବିତମାନେ ନିଜର ଦକ୍ଷତା ପ୍ରତିପାଦନ କରି ୧୩ ଗୋଟି ସ୍ଵର୍ଣ, ୩ ଗୋଟି ରୌପ୍ୟ ଏବଂ ୪ ଗୋଟି କାଂସ୍ୟ ପଦକ ବିଜୟ ହୋଇ ଖେଳ ଜଗତରେ ନୂଆ ଇତିହାସ ସୃଷ୍ଟି କରିବା ସହିତ ଓଡ଼ିଶା ପୋଲିସକୁ  ଗୌରବମଣ୍ଡିତ କରିଛନ୍ତି ବୋଲି ସେ କହିଥିଲେ ।

ଆଗାମୀ ଦିନରେ ମଧ୍ୟ ଅନ୍ୟ କ୍ରୀଡ଼ାବିତମାନେ ମଧ୍ୟ ଜାତୀୟ ତଥା ଅନ୍ତର୍ଜାତୀୟ କ୍ରୀଡା କ୍ଷେତ୍ରରେ ଅଂଶଗ୍ରହଣ କରି ଓଡିଶା ପୋଲିସର ଗୌରବ ବୃଦ୍ଧି କରିବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ। ଏହି ଅବସରରେ  ଡିଜିପି ୪୧ ଜଣ କ୍ରୀଡ଼ାବିତଙ୍କୁ ଉତ୍ତରୀୟ, ନଗଦ ଅର୍ଥ ରାଶି ପ୍ରଦାନ କରିବା ସହ ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories