www.samajalive.in
Tuesday, December 9, 2025
16.1 C
Bhubaneswar

ଜୁଆ ଖେଳ ପାଇଁ ବହୁ ପରିବାର ସର୍ବସ୍ୱାନ୍ତ 

କାମାକ୍ଷାନଗର : କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ କଙ୍କଡ଼ାହାଡ଼ ଓ ବଟଗାଁ ସାପ୍ତାହିକ ହାଟରେ ପ୍ରତ୍ୟହ ଜୁଆ ଖେଳ ହେଉଥିବାରୁ ସଂପୃକ୍ତ ଅଞ୍ଚଳ ତଥା ଆଖପାଖ ଗ୍ରାମର ବହୁ ପରିବାର ଏବେ ସର୍ବସ୍ୱାନ୍ତ ହୋଇ ପଡିଥିବାର ଅଭିଯୋଗ ହୋଇଛି । କଙ୍କଡ଼ାହାଡ଼ର ସାପ୍ତାହିକ ଶୁକ୍ରବାର ହାଟରେ ପ୍ରତ୍ୟେକ ପାଳିରେ ଜୁଆ ଖେଳ ହେଉଥିବାବେଳେ ଏଠାକୁ କଙ୍କଡାହାଡ଼ ତଥା ଆଖପାଖ ଗ୍ରାମରୁ ବହୁ ଆଦିବାସୀ ଜୁଆଡ଼ି ଆସି ଜୁଆ ଖେଳି ସର୍ବସ୍ୱାନ୍ତ ହୋଇ ପଡିଲେଣି । ଥାନା ଠାରୁ ମାତ୍ର ଅଳ୍ପ ଦୂରରେ ଏହି ହାଟ ହେଉଥିବା ବେଳେ ହାଟ ମଧ୍ୟରେ ବେଧଡକ ଜୁଆ ଖେଳ ସାଧାରଣରେ ଭୃକୁଞ୍ଚନ ସୃଷ୍ଟି କରିଛି । ପୁଣି ବଟଗାଁ ସାପ୍ତାହିକମଙ୍ଗଳବାର ହାଟରେ ପ୍ରତ୍ୟହ ଜୁଆ ଖେଳ ଚାଲିଥିବାରୁ ଏହି ହାଟରେ ଆଦିବାସୀମାନେ ନିର୍ଭର କରି ନିଜର କାମଧନ୍ଦା ସାରି ଅପରାହ୍ନରେ ହାଟକୁ ଆସିଥାନ୍ତି । ନିଜର ସପ୍ତାହ ବ୍ୟାପି ଯାହା ରୋଜଗାର କରିଥାନ୍ତି ଏହି ହାଟକୁ ନିଜର ଘର ପାଇଁ ପରିବା, ଲୁଗାପଟା କିଣିବାକୁ ଆସି ଏହି ଜୁଆ ଖେଳରେ ଜୁଆ ଖେଳି ସର୍ବସ୍ୱାନ୍ତ ହୋଇ ସନ୍ଧ୍ୟାରେ ଘରକୁ ଫେରିଥାନ୍ତି । ଫଳରେ ଘରେ ଗଣ୍ଡଗୋଳର ସୂତ୍ରପାତ ଘଟିବାରେ ସ୍ୱାଭାବିକ ହୋଇଥାଏ । ଏତଦ ବ୍ୟତୀତ ବିରାଶାଳ, ବନ୍ଦାଣିଆ, ଓଡ଼ିଶ,କଙ୍କଡ଼ାହାଡ଼ ଅଞ୍ଚଳ ଏକ ପ୍ରମୁଖ ଆଦିବାସୀ ଅଞ୍ଚଳ ହୋଇଥିବାବେଳେ ସପ୍ତାହର ପ୍ରତ୍ୟେକ ମଙ୍ଗଳବାର, ବୁଧବାର, ଶୁକ୍ରବାର  ହାଟରେ ଜୁଆ ଖେଳ ହେଉଥିବାରୁ ବହୁ ଆଦିବାସୀ ପରିବାର ଏବେ ସର୍ବସ୍ୱାନ୍ତ ହୋଇ ପଡିଲେଣି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏହି ଜୁଆ ପ୍ରତି ଗୁରୁତ୍ୱ ଦେଇ ତ୍ୱରିତ ପଦକ୍ଷେପ ନେବା ସକାଶେ ସେ ଅଞ୍ଚଳ ର ସଚେତନ ନାଗରିକ ମହଲରେ ଦାବି ହେଉଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories