www.samajalive.in
Sunday, December 14, 2025
23.1 C
Bhubaneswar

ପ୍ରବଳ ବର୍ଷାରେ ଭାଙ୍ଗିଲା ଘର, ସହାୟତା ଦାବି 

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଢେଙ୍କିକୋଟ ନାୟକ ସାହିରେ ଗତକାଲି ଅପରାହ୍ନରେ ପ୍ରବଳ ବର୍ଷା ଯୋଗୁଁ ସାହିର ଜାନକୀ ନାୟକଙ୍କ ଘର ଭାଙ୍ଗି ଯାଇଛି। ପରିବାର ଲୋକେ ଅଳ୍ପକେ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଅପରାହ୍ନରେ ପ୍ରବଳ ବର୍ଷା ଯୋଗୁଁ ଘର ଅଗଣାରେ ପାଣି ଭର୍ତ୍ତି ହୋଇ ଯାଇଥିଲା । ଫଳରେ ମାଟି ଧସି ଖୁଣ୍ଟ ଉପୁଡ଼ି ଯାଇ ଘରଟି ଭାଙ୍ଗି ଯାଇଥିଲା । ଘରଟି ମାଟି କାନ୍ଥରେ ତିଆରି ହୋଇଥିବାବେଳେ ଏହାର କାନ୍ଥର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ଦୁର୍ବଳ ହୋଇପଡିଛି। ଏହି ପରିବାରଟି ଅତ୍ୟନ୍ତ ଗରିବ ଦିନ ମଜୁରିଆ ଶ୍ରେଣୀର ହୋଇଥିବାରୁ ଘର ତିଆରି କରିବା ପାଇଁ ସକ୍ଷମ ନଥିବା ବେଳେ ଏବେ ଘର ଭାଙ୍ଗି ଯିବା କାରଣରୁ ଅସହାୟ ହୋଇ ପଡିଛନ୍ତି। ଏଣୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories