www.samajalive.in
Wednesday, December 10, 2025
23.1 C
Bhubaneswar

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ବାରା ଆୟୋଜିତ ଧରତି ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ  ଜି.ଉଦୟଗିରି ବ୍ଳକ ଅନ୍ତର୍ଗତ କିଲାକିଆ ଶେବାଶ୍ରମରେ ଶନିବାର ପିତାମାତା ସହଭାଗିତା କାର୍ଯ୍ୟକ୍ରମ ପ୍ରଧାନଶିକ୍ଷକ ଲକ୍ଷ୍ମୀ ନାରାୟଣ ଗନ୍ତାୟତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ବାସୁଦେବ ପ୍ରଧାନ,ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ମାଜିରା ପ୍ରଧାନ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ଗଣମାଧ୍ୟମ ପ୍ରତିନିଧି ରାମକୃଷ୍ଣ ଚୌଧୁରୀ, ପ୍ରତାପ ଚନ୍ଦ୍ର ପାଢୀ, ପ୍ରଶନ୍ନ କୁମାର ମିଶ୍ର ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ଶୈକ୍ଷିକ  ବିକାଶରେ ଶିକ୍ଷକଙ୍କ ସହ ପିତାମାତାଙ୍କ ସହଭାଗିତା ସମାନ ରହିବା ଆବଶ୍ୟକ ବୋଲି ବକ୍ତବ୍ୟ ରଖିଥିଲେ। ଏହାକୁ ଦୃଷ୍ଟିରେ ରଖି ପୂର୍ବରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଆଜି ବିଦ୍ୟାଳୟ ପରିସରରେ ମାତାମାନଙ୍କୁ ନେଇ ଝୋଟି ପ୍ରତିଯୋଗିତା ମଧ୍ୟ ହୋଇଥିଲା।  କୃତି ଛାତ୍ରଛାତ୍ରୀ ଏବଂ ମାତାଙ୍କୁ ଅତିଥିମାନଙ୍କ ଦ୍ବାରା ପୁରଷ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସେବାଶ୍ରମର ଛାତ୍ରଛାତ୍ରୀଙ୍କ ସହ ବହୁ ଅଭିଭାବକ ଉପସ୍ଥିତ ଥିବାବେଳେ ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

Related Articles

Popular Categories