www.samajalive.in
Saturday, December 6, 2025
16.1 C
Bhubaneswar

ମନରେଗା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ସମ୍ପର୍କରେ ସଚେତନତା

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ଗ୍ରାମ ପଞ୍ଚାୟତରେ ଆଜି ଓଡିଶା ରାଜ୍ୟ ସାମାଜିଜ ସମୀକ୍ଷା, ଉତ୍ତରଦାୟିତ୍ୱ ଓ ସ୍ୱଚ୍ଛତା ସମିତି ତଥା ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ତରଫରୁ ମହାତ୍ମା ଗାନ୍ଧି ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ସମ୍ପର୍କରେ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସରପଞ୍ଚ ସୂର୍ଯ୍ୟକାନ୍ତି ମେହେର ଏହାକୁ ଉଦଘାଟନ କରିଥିଲେ । ଶୋଭାଯାତ୍ରା ପଞ୍ଚାୟତ କାର୍ଯ୍ୟାଳୟରୁ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲା ।  ଏଥିରେ ଉଭୟ ଯୋଜନା ବିଷୟରେ ସଚେତନତା କରାଯାଇଥିଲା । କାର୍ଯ୍ୟକ୍ରମକୁ ଜିଲ୍ଲା ସାମାଜିକ ସମୀକ୍ଷକ ହୃଷିକେଶ ମହାକୁର, କାର୍ଯ୍ୟନିର୍ବାହୀ ଅଧିକାରୀ ଗୀତାଞ୍ଜଳି ପାଣିଗ୍ରାହୀ, କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ଛତ୍ରିଆ, ସାମାଜିକ କର୍ମୀ ଗୋପାଳ ପଧାନ, ମନରେଗା ସହାୟକ ରମାକାନ୍ତ ମିଶ୍ର ତଥା ସୋନପୁରରୁ ସୁଦାମ ଗାଈଗରିଆ, ଉଲୁଣ୍ଡାରୁ  ମନୋଜ ସେଠି, ଡୁଙ୍ଗୁରିପାଲିରୁ ସଞ୍ଜୟ ବଡ଼ମାଳି, ବୀରମହରାଜପୁରରୁ ଚୈତନ୍ୟ ମଲ୍ଲିକ ପ୍ରମୁଖ ବ୍ଲକ ସାମାଜିଜ ସମୀକ୍ଷକଙ୍କ ସମେତ ବ୍ଲକ ଅନ୍ତର୍ଗତ ଗ୍ରାମ ସମ୍ବଳ କର୍ମୀ, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ସିଆରପି, ଅଣକୁଶଳୀ ଶ୍ରମିକ, ପଞ୍ଚାୟତର ଜନପ୍ରତିନିଧି ଉପସ୍ଥିତ ଥିଲେ ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories