www.samajalive.in
Tuesday, December 9, 2025
19.1 C
Bhubaneswar

ବ୍ୟବସାୟିକ ପ୍ରତିଷ୍ଠାନ ଆଗରେ ଓଡ଼ିଆ ନାମଫଳକ ବାଧ୍ୟତାମୂଳକ, ସଂଶୋଧନ ପାଇଁ ୫୫ ଦିନ ସମୟ

ଭୁବନେଶ୍ବର : ଏଣିକି ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ଆଗରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ । ଏନେଇ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ମହାନଗର ନିଗମ, ପୌରପାଳିକା ଓ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ଚିଠି ଲେଖିଛନ୍ତି।

ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ତରଫରୁ ଜାରି ହୋଇଥିବା ଚିଠିରେ ଉଲ୍ଲେଖ କରାଯାଇଛି ଯେ, ମହାନଗର ନିଗମ, ପୌରପାଳିକା ଓ ବିଜ୍ଞାପିତ ଅଞ୍ଚଳ ପରିଷଦଗୁଡ଼ିକର ଅଧୀନରେ ଥିବା ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ନିଜନିଜ ପ୍ରକାଶ ଫଳକରେ ଓଡ଼ିଆ ଭାଷା ଲିପିକୁ ପ୍ରାଧାନ୍ୟ ‌ଦେବାକୁ ନିଶ୍ଚିତ କରିବେ। ନାମଫଳକର ମୋଟ କ୍ଷେତ୍ରଫଳର ଅନୁନ୍ୟ ୬୦ ପ୍ରତିଶତ ଓଡ଼ିଆ ଲିପିର ବ୍ୟବହାର କରାଯିବ।

- Advertisement -

ରାଜ୍ୟ ସରକାରଙ୍କ ନିୟମ ପାଳନ କରୁଥିବା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ଟ୍ରେଡ ଲାଇସେନ୍ସ ନବୀକରଣ ସମୟରେ ଦେୟର ୫ପ୍ରତିଶତ ରିହାତି ପ୍ରଦାନ କରାଯିବ। ଟ୍ରେଡ୍‌ ଲାଇସେନ୍ସ ନବୀକରଣ ଓ ନିରୀକ୍ଷଣ ସମୟରେ ଅନୁପାଳନ ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ସୁନିଶ୍ଚିତ କରାଯିବ। ଅନୁପାଳନ କରୁନଥିବା ପ୍ରତିଷ୍ଠାନଗୁଡ଼ିକୁ ବିଜ୍ଞପ୍ତି ଜାରି କରାଯିବ ଏବଂ ସେମାନଙ୍କୁ ନାମଫଳକ ସଂଶୋଧନ ପାଇଁ ୫୫ ଦିନର ସମୟ ଦିଆଯିବ। ଓଡ଼ିଆରେ ନାମଫଳକ ନଲେଖିଲେ ଦିନକୁ ୫୦୦ ଟଙ୍କା ଲେଖାଏଁ ଜରିମାନା ଆଦାୟ କରାଯିବ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories