www.samajalive.in
Friday, December 5, 2025
20.1 C
Bhubaneswar

ଓଏମସି ପକ୍ଷରୁ ୭୯ତମ ସ୍ଵାଧୀନତା ଦିବସ ପାଳିତ

ଭୁବନେଶ୍ବର : ଓଡ଼ିଶା ଖଣି ନିଗମ (ଓଏମସି) ପକ୍ଷରୁ ୭୯ତମ ସ୍ବାଧୀନତା ଦିବସ ହୋଇଯାଇଛି  । ଏହି ଉତ୍ସବରେ ଓଏମସି ପରିଚାଳନା ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାମଲ ଭୁବନେଶ୍ବର ସ୍ଥିତ ମୁଖ୍ୟକାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ (ଅପରେସନ) ସବ୍ୟସାଚୀ ମହାନ୍ତି, ନିର୍ଦ୍ଦେଶକ (ମାନବ ସମ୍ବଳ) ଆଲୋକ କୁମାର ପାଳ, ନିର୍ଦ୍ଦେଶକ (ବିତ୍ତ) ବନ ବିହାରୀ ପାଣିଙ୍କ ସମେତ କମ୍ପାନୀର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଏଥିସହ ଓଏମସିର ସମସ୍ତ ଆଞ୍ଚଳିକ ଖଣି କାର୍ଯ୍ୟାଳୟ ଯଥା ଦୈତାରି, ବଡବିଲ, ଗନ୍ଧମାର୍ଦ୍ଦନ, ରାୟଗଡ଼ା, କୋଇଡା, ଯାଜପୁର ରୋଡ ତଥା ନିଗମର ସମସ୍ତ ଖଣି ଅଞ୍ଚଳ ପରିସରରେ ମଧ୍ୟ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ଏଥିସହ ଓଏମସି ଦ୍ବାରା ପରିଚାଳିତ ଓଡ଼ିଶା ମାଇନିଙ୍ଗ ଆଦର୍ଶ ବିଦ୍ୟାଳୟ, ଡି.ଏ.ଭି ପବ୍ଲିକ ସ୍କୁଲଠାରେ ମଧ୍ୟ ଜାତୀୟ ପତାକା ଉତ୍ତୋଳନ ହୋଇଯାଇଛି । ଏହି ଅବସରରେ ନିଗମର କର୍ମଚାରୀମାନେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିବା ସହ ଉତ୍ସାହ ଓ ଆନନ୍ଦର ସହିତ ୭୯ ତମ ସ୍ଵାଧୀନତା ଦିବସ ପାଳନ କରିଥିଲେ ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories