www.samajalive.in
Sunday, December 14, 2025
16.1 C
Bhubaneswar

ନାବାଳିକା ଅସଦାଚରଣ ମାମଲାରେ ଅଭିଯୁକ୍ତକୁ ୫ ବର୍ଷ ଜେଲ

ଫୁଲବାଣୀ : ଏକ ନାବାଳିକା ଅସଦାଚରଣ ମାମଲାର ଶୁଣାଣୀ କରି ଫୁଲବାଣୀ ପୋକ୍ସୋ କୋର୍ଟ ଅଭିଯୁକ୍ତକୁ ୫ ବର୍ଷ ଜେଲଦଣ୍ଡ ଆଦେଶ ଦେଇଛନ୍ତି। ଏଥିସହ ଅଭିଯୁକ୍ତକୁ ୬ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୩ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଖଜୁରୀପଡା ଥାନା ଅଞ୍ଚଳର ରୋହିତ ଦିଗାଲ। ସୂଚନା ଅନୁଯାୟୀ ଗତ ବର୍ଷ ଫେବୃଆରୀ ମାସରେ ନାବାଳିକା ଜଣକ ସ୍କୁଲରୁ ଫେରୁଥିବା ସମୟରେ ଅଭିଯୁକ୍ତ ତାଙ୍କୁ ରାସ୍ତା କଡର ଏକ ବୁଦା ମୂଳକୁ ଡାକି ନେଇଥିଲା। ସେଠାରେ ସେ ନାବାଳିକା ସହ ଅସଦାଚରଣ କରିଥିଲା। ପରିବାର ପକ୍ଷରୁ ଏ ନେଇ ଖଜୁରୀପଡ଼ା ଥାନାରେ ଏତଲା ପରେ ପୁଲିସ ୨୪ / ୨୦୨୪ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା। ଆଜି ଏହି ମାମଲାର ବିଚାର କରି ଅଦାଲତ ଉପରୋକ୍ତ ରାୟ ଶୁଣାଇଛନ୍ତି। ପୀଡିତାଙ୍କୁ କ୍ଷତିପୂରଣ ବାବଦରେ ୧ ଲକ୍ଷ ଟଙ୍କା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ମାମଲାଟିକୁ ସ୍ବତନ୍ତ୍ର ପିପି ଅସିମ ପ୍ରହରାଜ ପରିଚାଳନା କରୁଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories