www.samajalive.in
Sunday, December 14, 2025
26.1 C
Bhubaneswar

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ‘ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ’ ପାଳିତ

ଭୁବନେଶ୍ବର : ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ  କେନ୍ଦ୍ରୀୟ ସଂଚାର ବ୍ୟୁରୋ, କ୍ଷେତ୍ର କାର୍ଯ୍ୟାଳୟ କେନ୍ଦୁଝର ପକ୍ଷରୁ କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକ ଅଧୀନ ଚଉଠିଆ ଗ୍ରାମ ପଂଚାୟତଠାରେ ପ୍ରଧାନମନ୍ତ୍ରୀ  ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ ଶୀର୍ଷକ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଦୁଇ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସୂଚନାଧର୍ମୀ ବିଷୟବସ୍ତୁ ସ୍ଥାନ ପାଇଥିଲା । ତେବେ ଆଜିର ଏହି କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଅଖିଳ କୁମାର ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ସ୍ଥାନୀୟ ସରପଞ୍ଚ ଅନୁପମା ମୁଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ସ୍ଥାନୀୟ ଗ୍ରାମବାସୀ ଏବଂ ମା’ ମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ପରେ କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରି ବିଧାୟକ ନାୟକ ଭାରତ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରିଥିଲେ । ସେହିଭଳି ସମାଜସେବୀ ତଥା ଅବସରପ୍ରାପ୍ତ ପୋଲିସ ଅଧିକାରୀ ଦୁଃଖବନ୍ଧୁ ମାଝୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଜନଜାତି ଭାଇଭଉଣୀଙ୍କ ପ୍ରଗତି ଲାଗି କେନ୍ଦ୍ର ସରକାର ପ୍ରଣୟନ କରୁଥିବା ବିଭିନ୍ନ ଯୋଜନା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।

ତେବେ ଆଜିର ଏହି କାର୍ଯ୍ୟକ୍ରମରେ ଗତକାଲି ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ଏହି ଅବସରରେ ପୁରସ୍କୃତ କରିଥିଲେ ।  କେନ୍ଦୁଝର ସିବିସିର ସହକାରୀ ନିର୍ଦେଶକ ପାର୍ଥସାରଥୀ ମଲ୍ଲିକଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ପ୍ରଦୀପ କୁମାର ନାୟକ ସହଯୋଗ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ମହିଳା ଓ ସ୍ଥାନୀୟ ଗ୍ରାମବାସୀ ସାମିଲ ହୋଇଥିଲେ ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories