www.samajalive.in
Wednesday, December 10, 2025
26.1 C
Bhubaneswar

ସାରଙ୍କ ବଦଳିକୁ ବିରୋଧ କରି ଛାତ୍ରଛାତ୍ରୀଙ୍କ ଧାରଣା

ସିମୁଳିଆ : ଏପଟେ ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଚାଲିଥିବାବେଳେ ସେପଟେ ସାରଙ୍କ ବଦଳିକୁ ବିରୋଧ କରି ଛାତ୍ରଛାତ୍ରୀ ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣାରେ ବସିଥିଲେ । ସିମୁଳିଆ ବ୍ଲକ ମାର୍କୋଣା ରଘୁନାରାୟଣ ହାଇସ୍କୁଲରେ ଦେଖିବାକୁ ମିଳିଛି ଏମିତି ଦୃଶ୍ୟ । ଏଠାରେ କ୍ରୀଡା ଶିକ୍ଷକ ବିଭୁଦତ୍ତ ରଥ ୨୦୧୩ ମସିହାରେ କାର୍ଯ୍ୟରେ ଯୋଗଦାନ କରିଥିଲେ । ଏବେ ତାଙ୍କର କଟକ ଜିଲ୍ଲା ଜଗତପୁର ସରକାରୀ ବିଦ୍ୟାଳୟକୁ ବଦଳି ହୋଇଛି । ଆଜି ବିଦ୍ୟାଳୟ ପକ୍ଷରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା କାର୍ଯ୍ୟକ୍ରମ ଚାଲିଥିବା ବେଳେ ଶତାଧିକ ଛାତ୍ରଛାତ୍ରୀ ବିଦ୍ୟାଳୟ ଫାଟକ ନିକଟରେ ବିଭୁ ସାରଙ୍କ ବଦଳିକୁ ବିରୋଧ କରି ଧାରଣାରେ ବସିଥିଲେ । ଅଧଘଣ୍ଟାରୁ ଉର୍ଦ୍ଧ୍ୱ ଧାରଣାରେ ବସିବା ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପିଲାମାନଙ୍କୁ ବୁଝାସୁଝା କରି ବିଦ୍ୟାଳୟକୁ ଆଣିଥିଲେ ।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories