www.samajalive.in
Saturday, December 6, 2025
23.1 C
Bhubaneswar

ସରସ୍ଵତୀ ଶିଶୁ ମନ୍ଦିରରେ ବିଜ୍ଞାନ ମେଳା ଅନୁଷ୍ଠିତ 

ଆରଡି : ଆରଡିପୀଠ ଆଖଣ୍ଡଳମଣି ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଗୁରୁବାର ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ଅଧ୍ଯୟନରତ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିଜ୍ଞାନ ଭିତ୍ତିକ ୬୦ଗୋଟି ପ୍ରୋଜେକ୍ଟ(ପ୍ରକଳ୍ପ) ସ୍ଥାନ ପାଇଥିଲା। ଉକ୍ତ ଜ୍ଞାନ ବିଜ୍ଞାନ ମେଳା ପ୍ରାରମ୍ଭରୁ ଶିଶୁ ମନ୍ଦିର ପରିସରରେ ପହଣା କ୍ଲଷ୍ଟରର ସିଆରସିସି ଦିଲିପ ଶେଖର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରିଥିବା ବେଳେ ସମ୍ମାନୀୟ ଅତିଥି ଭାବେ ପହଣା ଜାଗୁଳାଇ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ହିମାଂଶୁ  ଶେଖର ସାହୁ ଯୋଗ ଦେଇଥିଲେ। ସେହିପରି ଶିଶୁ ମନ୍ଦିରର ପ୍ରତିଷ୍ଠାତା ତଥା ସମ୍ପାଦକ ସ୍ଵାଧିନ କୁମାର ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନ ଗୁରୁଜୀ ବିଭୁତି ବିଶ୍ଵାଳ ପରିଚାଳନା କରିଵା ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ। ପର୍ଯ୍ୟବେକ୍ଷକ ଭାବେ ବିଏସ ଏସ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶିକ୍ଷକ ପଙ୍କଜ କୁମାର ସାହୁ,  ଦଧିବାମନ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଅଶୋକ ସାହୁ ପ୍ରମୁଖ ପରିଚାଳନା କରିଥିଲେ। ଜ୍ଞାନବିଜ୍ଞାନ  ମେଳାରେ ଗୁରୁଜୀ ନିରଞ୍ଜନ ସାହୁ ଧନ୍ଯବାଦ ଅର୍ପଣ କରିଥିଲେ। ଉକ୍ତ ମେଳାରେ ଶିଶୁ ମନ୍ଦିରର ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories