www.samajalive.in
Sunday, December 7, 2025
23.1 C
Bhubaneswar

ସ୍କୁଟି ଦୁର୍ଘଟଣାରେ ସ୍ତ୍ରୀ ମୃତ, ସ୍ବାମୀ ଆହତ

ପାତ୍ରପୁର : ପାତ୍ରପୁର ବ୍ଳକ ଆନ୍ଧ୍ର ପ୍ରଦେଶ ସୀମାନ୍ତ କେଶରୀପଡା ଗ୍ରାମ ରାସ୍ତାର ଶ୍ମଶାନ ନିକଟରେ ଏକ ସ୍କୁଟି ଦୁର୍ଘଟଣା ଘଟି ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ବାମୀ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲ୍ଲା କାଞ୍ଚିଲି ଗ୍ରାମର ଚନ୍ଦନ ବାସୁଦେବଙ୍କ ସ୍ତ୍ରୀ ଚନ୍ଦନ ଜାନକୀ (୪୦) ବର୍ଷ ବୋଲି ଜଣାପଡିଛି। ଉଭୟ ନିଜର ସ୍କୁଟି ଯୋଗେ ଏହି ବ୍ଲକ ଖମ୍ବାରିଗାଁ ପଞ୍ଚାୟତ ଖଣ୍ଡଦେଉଳି ଗ୍ରାମର ଜଣେ ବନ୍ଧୁ ଘରକୁ ଯାଇ ଫେରିବାବେଳେ ଜୟନ୍ତୀପୁର କେଶରୀପଡା ରାସ୍ତାରେ ସ୍କୁଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ଉଭୟେ ରାସ୍ତାରେ ଛିଟିକି ପଡ଼ିଯାଇଥିବାବେଳେ ସ୍ଥାନୀୟ ଲୋକମାନେ ପହଞ୍ଚି ଉଦ୍ଧାର କରିବା ପରେ ୧୦୮ ଯୋଗେ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଡାକ୍ତର ଚନ୍ଦନ ଜାନକୀଙ୍କୁ ମୃତ ଘୋଷଣା କରିଥିଲେ। ତେବେ ତାଙ୍କ ସ୍ୱାମୀଙ୍କୁ ଚିକିତ୍ସା କରିଥିଲେ। ଏହି ବିଷୟରେ ମୃତକଙ୍କ ଭଉଣୀ ଆୟୁଦାମ ୱାନଜାକ୍ଷୀ ଜରଡା ଥାନାରେ ଅଭିଯୋଗ ଦେଇଥିଲେ। ଜରଡା ପୋଲିସ ଏକ ମୋକଦ୍ଦମା ରୁଜୁ କରି ଶବ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories