www.samajalive.in
Monday, December 8, 2025
27.1 C
Bhubaneswar

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ମହିଳା ସହକାରୀ ଯନ୍ତ୍ରୀ

ଭୁବନେଶ୍ବର : ଠିକାଦାରଙ୍କଠୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ମହିଳା ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା । କୋରାପୁଟ ଜିଲା ଲମତାପୁଟ ବ୍ଲକରେ ନିୟୋଜିତ ସୁଚିସ୍ମିତା ବିଲ୍ ପାସ୍ କରାଇ ଦେବା ପାଇଁ ଠିକାଦାରଙ୍କଠୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ପୂର୍ବରୁ ୫ ହଜାର ଟଙ୍କା ନେଇସାରିଥିଲେ । ତେବେ ମଙ୍ଗଳବାର ପୂର୍ବ ଯୋଜନା ଅନୁସାରେ ଭିଜିଲାନ୍ସ ଲାଞ୍ଚ ନେବା ସମୟରେ ସହକାରୀ ଯନ୍ତ୍ରୀଙ୍କୁ ଧରିଛି ।

ବିଲ୍ ପାସ୍ କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଏଇ ସୁଚିସ୍ମିତା । ପୂର୍ବରୁ ଠିକାଦାର ତାଙ୍କୁ ୫ ହଜାର ଟଙ୍କା ଦେଇସାରିଥିଲେ । ଆଉ ୧୦ ହଜାର ଟଙ୍କା ନମିଳିଲେ ବିଲ୍ ପାସ୍ କରିବେ ନାହିଁ ବୋଲି ସହକାରୀ ଯନ୍ତ୍ରୀ କହିବା ପରେ ଠିକାଦାର ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ଯୋଜନା ପ୍ରକାର ଆଜି ସହକାରୀ ଯନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ପହଞ୍ଚି ଠିକାଦାର ଆଉ ୮ ହଜାର ଟଙ୍କା ଦେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଥିଲେ।  ଏହି ଘଟଣାରେ କୋରାପୁଟ ପୁଲିସରେ ଏକ ମାମଲା ରୁଜୁ କରାଯାଇଥିବା ବେଳେ ତଦନ୍ତ ଜାରି ରହିଛି।

ହାଇୱା ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଚାଳକ

- Advertisement -

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories