www.samajalive.in
Thursday, December 11, 2025
16.1 C
Bhubaneswar

ପିପିଲିରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

ପିପିଲି : ପିପିଲି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‍ଏସି) ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ରବିବାର ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ପିପିଲି ପୌରାଞ୍ଚଳର ବିଭିନ୍ନ ସାହି, ବସ୍ତି ଅଞ୍ଚଳରେ ସାମୁହିକ ସଫେଇ କାର୍ଯ୍ୟ କରାଯାଇଥିଲା । ଅତିଥି ଭବନ ପରିସରରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି, ଶିଶୁ ଉଦ୍ୟାନ ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଓ ଆଦର୍ଶ ଉଦ୍ୟାନ ପରିସରରେ ଥିବା ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ପରେ ଏନ୍‍ଏସି କାର୍ଯ୍ୟାଳୟ ପରିସରରେ ବିଧାୟକ ଆଶ୍ରିତ ପଟ୍ଟନାୟକ ପତାକା ଉତ୍ତୋଳନ କରିଥିଲେ ।

ଏହି ଅବସରରେ ପିପିଲି ପୌରାଧ୍ୟକ୍ଷ ସେକ୍‍ ବାବୁଙ୍କ ଅଧ୍ୟକ୍ଷତାରେ ପୌର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ପୁରୀ ଲୋକସଭା ସାଂସଦ ଡାକ୍ତର ସମ୍ବିତ ପାତ୍ର, ସ୍ଥାନୀୟ ବିଧାୟକ ଆଶ୍ରିତ ପଟ୍ଟନାୟକ, ପୌର ଉପାଧ୍ୟକ୍ଷା ଭାଗ୍ୟବତୀ ମହାରଣା ପ୍ରମୁଖ ଯୋଗଦେଇ ସ୍ୱାୟତ୍ତ ଶାସନର ଲକ୍ଷ୍ୟ, ଉଦ୍ଦେଶ୍ୟ ଓ ଉପାଦେୟତା ସଂପର୍କରେ ଆଲୋକପାତ କରିଥିଲେ । ପିପିଲି ଏନ୍‍ଏସିରେ ହୋଇଥିବା ବିକାଶ ଓ ହେବାକୁ ଥିବା ବିଭିନ୍ନ ଉନ୍ନୟନମୂଳକ ଯୋଜନା ସଂପର୍କରେ ସୂଚନା ଦେବା ସହ ପୌରାଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ କାଦମ୍ବିନୀ ଜେନା ବିବରଣୀ ପାଠ କରିବା ଅବସରରେ ପୌରାଞ୍ଚଳକୁ ସ୍ୱଚ୍ଛ ଓ ନିର୍ମଳ ରଖିବା ଦିଗରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି ଅବସରରେ ବିଭିନ୍ନ ବ୍ୟକ୍ତି ବିଶେଷଙ୍କ ସମେତ ପୌର କର୍ମଚାରୀ ଓ ଅଞ୍ଚଳର କେତେକ ବରିଷ୍ଠ ସାମ୍ବାଦିକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ୱାର୍ଡ ସଭ୍ୟ, ସଭ୍ୟା, ପୂର୍ବତନ କର୍ମଚାରୀ, ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ଓ ସାଧାରଣ ଜନତା ଯୋଗଦେଇଥିଲେ ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories