www.samajalive.in
Friday, December 5, 2025
23.1 C
Bhubaneswar

କଟକ ବୟାଳିଶ ମୌଜାରେ ତ୍ରିରଙ୍ଗା ଯାତ୍ରା

ଭୁବନେଶ୍ୱର : ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ବୟାଳିଶ ମୌଜାର ବ୍ରହ୍ମପୁର ଛକଠାରୁ କଳପଡା ପର୍ଯ୍ୟନ୍ତ ପ୍ରାୟ ୧୦ କିଲୋମିଟର ରାସ୍ତା ବିଶାଳ ଶୋଭାଯାତ୍ରାରେ ଯାଇଥିଲେ।

ସୂଚନା ଯୋଗ୍ୟ ଯେ, ଦେଶବ୍ୟାପୀ ଚଳିତ ମାସ ୧୨ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଏହି ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହେଉଛି। ବ୍ରହ୍ମପୁର ଛକଠାରୁ ଏକ ଖୋଲା ଜିପ୍‌ରେ ମୁଖ୍ୟମନ୍ତ୍ରୀ ହାତରେ ଜାତୀୟ ପତାକା ଧରି ଏହି ଶୋଭାଯାତ୍ରା ଆରମ୍ଭ କରିଥିଲେ। ଶହ ଶହ ବାଇକରେ ହାତରେ ଜାତୀୟ ପତାକା ସହ  ଭାରତ୍ ମାତା କି ଜୟ ଧ୍ୱନୀ କରି ଜନସାଧାରଣ  ମୁଖ୍ୟମନ୍ତ୍ରୀଙ୍କ ସହ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ସ୍ଥାନେ ସ୍ଥାନେ ମହିଳାମାନେ  ପୁଷ୍ପ ଓ ଦୀପ ସହିତ  ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଓ ବନ୍ଦାପନା କରିଥିଲେ।

- Advertisement -

ତ୍ରିରଙ୍ଗା ଶୋଭାଯାତ୍ରା ଶେଷରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମରେ ବିବୃତ୍ତି ରଖି କହିଥିଲେ ଯେ, ଆମ ଜାତୀୟ ପତାକା ତ୍ରିରଙ୍ଗା ହେଉଛି ଆମ ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ। ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନରେ ଦେଶବ୍ୟାପୀ ପୁରପଲ୍ଲୀରେ ମଧ୍ୟ ଏହି ଶୋଭାଯାତ୍ରା  ଆୟୋଜନ କରାଯାଉଛି। ଏହି ଶୋଭାଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଆମ ଜାତୀୟ ପତାକାକୁ ସମ୍ମାନ ଓ ସୁରକ୍ଷା ପ୍ରଦାନ କରିବା । ଏହା ରାଷ୍ଟ୍ରଭକ୍ତି ପାଇଁ ଏକ ସଚେତନତା ଅଭିଯାନ। ଏହି ଶୋଭାଯାତ୍ରା ଆମ ଦେଶର ରାଷ୍ଟ୍ରୀୟ ଏକତା ବୃଦ୍ଧି କରିବାରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଏହି ଶୋଭାଯାତ୍ରାରେ କଟକ ସଦର ବିଧାୟକ ଇଂ ପ୍ରକାଶ ସେଠୀ, ସ୍ଥାନୀୟ ଲୋକ ପ୍ରତିନିଧି ଏବଂ ହଜାର ହଜାର ଜନ ସାଧାରଣ ଯୋଗ ଦେଇଥିଲେ।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories