www.samajalive.in
Saturday, December 6, 2025
15.1 C
Bhubaneswar

ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ସମୀକ୍ଷା, ଜୁନ୍ ସୁଦ୍ଧା ସରିବ ୨୩୮ଟି ଏକକ ଗ୍ରାମ୍ୟ ପାଇପ୍‌ ଜଳଯୋଗାଣ ପ୍ରକଳ୍ପ

ଭୁବନେଶ୍ବର : ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଲୋକସେବା ଭବନରେ ସମୀକ୍ଷା କରିଛନ୍ତି। ବୈଠକରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସଚିବ ଗିରୀଶ ଏସ୍. ଏନ୍, ପାନୀୟ ଜଳ ଓ ପରିମଳ ନିର୍ଦେଶକ ବିନୀତ ଭରଦ୍ୱାଜଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ। ବିଭାଗ ତଥା ଜିଲାପାଳ ପାନୀୟ ଜଳ ଯୋଗାଣ ଭଳି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟକୁ ନିଷ୍ଠାର ସହ ନିର୍ବାହ କରିବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ବ ଦେଇଛନ୍ତି।

ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଭୂତଳ ଜଳଭିତ୍ତିକ ବୋର୍‌କୂପ, ଓଭରହେଡ୍‌ ଟାଙ୍କି, ଆବଣ୍ଟିତ ପାଇପଲାଇନ୍,କାର୍ଯ୍ୟକ୍ଷମ ଘରୋଇ ଟ୍ୟାପ ସଂଯୋଗ ଜରିଆରେ ଏକକ ଗାଁ ପାଇପ୍ ଯୋଗେ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ଏଥିରେ ଅଦ୍ୟାବଧି ୧୮,୬୭୭ଟି ପ୍ରକଳ୍ପ ସଂସ୍ଥାପିତ ହୋଇଥିବାବେଳେ ୧୨୮୯ଟି ନିର୍ମାଣାଧୀନ ରହିଛି। ୧୬ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ ଶେଷ ହୋଇଥିବାବେଳେ ୧୯୧ଟି ନିର୍ମାଣଧୀନ ରହିଛି। ୪୮୫୫ଟି ସୋଲାର ପ୍ରକଳ୍ପ ସରିଥିବାବେଳେ ୩୬୫୨ଟି କାର୍ଯ୍ୟାନ୍ୱୟନ ସ୍ଥିତିରେ ରହିଛି। ଜୁନ୍ ୨୦୨୫ ସୁଦ୍ଧା ୨୩୮ଟି ଏବଂ ଅକ୍ଟୋବର ସୁଦ୍ଧା ୭୫୨ଟି ଏକକ ଗ୍ରାମ୍ୟ ପାଇପ ଜଳଯୋଗାଣ ପ୍ରକଳ୍ପ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ଆଗାମୀ ସେପ୍ଟେମ୍ବର ସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟ ଥିବା ସମସ୍ତ ୩୬୫୨ ଗ୍ରାମକୁ ସୌରଶକ୍ତି ଯୋଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ଲକ୍ଷ୍ୟ ରଖାଯାଇଛି। ନିର୍ମାଣଧୀନ ସମସ୍ତ ବୃହତ ପାନୀୟ ଜଳ ପ୍ରକଳ୍ପ ପର୍ଯ୍ୟାୟକ୍ରମେ ମାର୍ଚ୍ଚ ୨୦୨୭ ସୁଦ୍ଧା ସରିବ।

ଭିଜିଲାନ୍ସ ଜାଲରେ ଫସିଲେ ବ୍ରହ୍ମପୁର ଆର୍‌ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories