www.samajalive.in
Saturday, December 6, 2025
14.1 C
Bhubaneswar

ସାରା ରାଜ୍ୟକୁ ବଜ୍ରପାତ ସତର୍କତା, ସପ୍ତାହେ ଯାଏ ବର୍ଷା !

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ଆରବ ସାଗର, ଉତ୍ତର ଓଡ଼ିଶା, କେନ୍ଦ୍ରୀୟ ମହାରାଷ୍ଟ୍ର, ଉତ୍ତର ତେଲଙ୍ଗାନା, ଦକ୍ଷିଣ ଛତିଶଗଡ଼ ମଧ୍ୟରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ୨୭ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡକ୍ଟର ମନୋରମା ମହାନ୍ତି କହିଛନ୍ତି, ଗତ ୨୪ରେ କେରଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସ୍ପର୍ଶ କରିଥିଲା। ଏହା ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି। ୨୭ତାରିଖ ବେଳକୁ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ଲଘୁଚାପ ବାତ୍ୟା ରୂପ ନେଇପାରେ ବୋଲି ଯେଉଁ ଚର୍ଚ୍ଚା ହେଉଛି ତାହାକୁ ଶ୍ରୀମତୀ ମହାନ୍ତି ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ବାତ୍ୟା ସମ୍ପର୍କିତ କୌଣସି ସୂଚନା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇ ନାହିଁ। କେବଳ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସ୍ପଷ୍ଟ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories