ଭୁବନେଶ୍ବର : ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ ଫଳରେ ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସ୍ଥାନ ମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
Popular Categories



