www.samajalive.in
Tuesday, December 9, 2025
16.1 C
Bhubaneswar

ସାଇବର ଅପରାଧ ନିୟନ୍ତ୍ରଣ ତାଲିମ ନେବେ ସବୁ ବର୍ଗର ପୁଲିସ କର୍ମଚାରୀ

ଡେସ୍କ: ରାଜ୍ୟରେ ବୃଦ୍ଧି ପାଉଥିବା ସାଇବର ଅପରାଧ ନିୟନ୍ତ୍ରଣ କରିବା ଲାଗି କନଷ୍ଟେବଳ ଠାରୁ ଆରମ୍ଭ କରି ପୁଲିସ ବିଭାଗର ବରିଷ୍ଠ ଅଧିକାରୀ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ସାଇବର ଅପରାଧ ନିୟନ୍ତ୍ରଣ ତାଲିମ ଦିଆଯିବ। ସୋମବାର ଭୁବନେଶ୍ୱରସ୍ଥିତ ସାଇବର କମ୍ପ୍ଲେକ୍ସ ଠାରେ ରାଜ୍ୟ କ୍ରାଇମବ୍ରାଞ୍ଚ ଆନୁକୂଲ୍ୟରେ ସାଇବର ଅପରାଧର ତଦନ୍ତ ଏବଂ ସାଇବର ବୁଦ୍ଧିମତ୍ତା ସମ୍ପର୍କିତ କର୍ମଶାଳାକୁ ଉଦଘାଟନ କରି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହା କହିଛନ୍ତି।

ସେ କହିଛନ୍ତି, ଆଗାମୀ ଦିନରେ ସାଇବର ଅପରାଧକୁ ରୋକିବାକୁ ରାଜ୍ୟର ସମସ୍ତ ରେଞ୍ଜ ଏବଂ ଜିଲ୍ଲା ସ୍ତରରେ ସାଇବର ଅପରାଧ ତଦନ୍ତ ସମ୍ପର୍କିତ କର୍ମଶାଳାର ଆୟୋଜନ କରାଯିବ ଏବଂ ଏଥିରେ କନଷ୍ଟେବଳ ଠାରୁ ଆରମ୍ଭ କରି ସମସ୍ତ ବର୍ଗର ଅଧିକାରୀମାନେ ଅଂଶଗ୍ରହଣ କରିବେ। ଅଳ୍ପ ସମୟ ମଧ୍ୟରେ ଅଧିକାରୀଙ୍କୁ ସାଇବର ଅପରାଧର ସଠିକ ତଦନ୍ତ ଏବଂ ନିଜର ଦକ୍ଷତା ପ୍ରତିପାଦିନ କରିବାରେ ଏହି କର୍ମଶାଳା ସେମାନଙ୍କୁ ବିଶେଷ ସହାୟକ ହେବ।

- Advertisement -

ଭିତ୍ତିଭୂମି ଏବଂ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ଦ୍ଵାରା ଅଦୃଶ୍ୟ ଅପରାଧୀଙ୍କୁ ମୁକାବିଲା କରିବାକୁ ହେଲେ ପୁଲିସକୁ ନିଜର ଦକ୍ଷତା ବିକାଶ ଏବଂ ନିରନ୍ତର ତାଲିମ ନେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ କର୍ମଶାଳା ଆୟୋଜନ କରାଯିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି।

Hot this week

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

Related Articles

Popular Categories