www.samajalive.in
Friday, December 5, 2025
20.1 C
Bhubaneswar

ଓଡ଼ିଶାରେ ସ୍ବାଭାବିକଠାରୁ କମିବ ବର୍ଷା

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରେ ସ୍ବାଭାବିକ ବର୍ଷିବ। ଉତ୍ତର-ପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର କିଛି ସ୍ଥାନ, ପୂର୍ବ ଏବଂ କେନ୍ଦ୍ରୀୟ ଭାରତ କିଛି ଅଞ୍ଚଳରେ ସ୍ବାଭାବିକରୁ କମ୍‌ ବର୍ଷା ହୋଇପାରେ। ଓଡ଼ିଶାରେ ସ୍ବାଭାବିକଠାରୁ କମ୍‌ ବର୍ଷାର ସମ୍ଭାବନା ରହିଛି। ଚଳିତ ମାସରେ ସର୍ବାଧିକ ତାପମାତ୍ରା ଉପକୂଳ ଓଡ଼ିଶାରେ ସ୍ବାଭାବିକରୁ ଅଧିକ ରହିବ। ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ସ୍ବାଭାବିକ ରହିପାରେ। ରାତି ତାପମାତ୍ରା ସାରା ରାଜ୍ୟରେ ସ୍ବାଭାବିକଠୁ ଅଧିକ ରହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ଗୁରୁବାର ବାଲେଶ୍ବର, ପାରାଦ୍ବୀପ, ଭବାନୀପାଟଣା, ସମ୍ବଲପୁର ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ଥିବାରୁ ସେସବୁ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories