www.samajalive.in
Wednesday, December 10, 2025
14.1 C
Bhubaneswar

ଆଜି ପ୍ରକାଶ ପାଇବ +୩ ପ୍ରଥମ ମେଧା ତାଲିକା

ଭୁବନେଶ୍ବର: ଯୁକ୍ତ ୩ ପ୍ରଥମ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ସେଲ୍ଫ ଫାଇନାସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ପ୍ରକାଶ ପାଇବ। ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ଟି ଡିଗ୍ରୀ କଲେଜର ୨ ଲକ୍ଷ ୭୦ହଜାର ୫୪୭ ଆସନ ରହିଥିବାବେଳେ ୨ ଲକ୍ଷ ୨୩ ହଜାର ୩୬୪ ଜଣ ଅନ୍‌ଲାଇନ୍ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୨୨ହଜାର ୨୮୨ ଜଣ ଅନଲାଇନ୍‌ରେ ଦେୟ ପୈଠ କରିଛନ୍ତି।

ଯୁକ୍ତ ୨ରେ ରଖିଥିବା ମାର୍କ ଆଧାରରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ୨ୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭ ତାରିଖରେ ଏବଂ ଅଗଷ୍ଟ ୯ ତାରିଖରେ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ତାଲିକା ପ୍ରକାଶ ପାଇବ। ସେହିପରି କଲେଜଗୁଡ଼ିକର ଅବଶିଷ୍ଟ ଆସନରେ ନାମ ଲେଖାଇବା ପାଇଁ ଅଗଷ୍ଟ ୨୧ ଚତୁର୍ଥ ପର୍ଯ୍ୟାୟ ଏବଂ ସେପ୍ଟେମ୍ବର ୧ରେ ପଞ୍ଚମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ସେପ୍ଟେମ୍ବର ୧୩ରେ ନାମଲେଖା ପାଇଁ ଶେଷ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories