www.samajalive.in
Tuesday, December 9, 2025
16.1 C
Bhubaneswar

ମାର୍ଚ୍ଚ ୫ – ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛୁଟି ବାତିଲ୍

ଡେସ୍କ: ରାଜ୍ୟର ବିଜେପି ସରକାର ଗତକାଲି ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନକୁ ପରିବର୍ତ୍ତନ କରି ଏପ୍ରିଲ ୨୪ ତାରିଖ କରିବା ପରେ ଆଜି ମାର୍ଚ୍ଚ ୫ରେ ହେଉଥିବା ସରକାରୀ ଛୁଟିକୁ ବାତିଲ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ଏହା ସ୍ପଷ୍ଟ କରାଯାଇଛି।

ଗତକାଲି ଯଦିଓ ରାଜ୍ୟ ସରକାର ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ସମ୍ପର୍କିତ ୨୦୨୦ ମସିହାର ବିଜ୍ଞପ୍ତିକୁ ଫେରାଇ ନେଇଥିଲେ କିନ୍ତୁ ସେହିଦିନ ଛୁଟି ହେବ କି ନାହିଁ ସେ ନେଇ ସଂଶୟ ଲାଗି ରହିଥିଲା। ତେବେ ସବୁ କଳ୍ପନାଜଳ୍ପନାର ଅନ୍ତଃ ଘଟାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆସନ୍ତାକାଲି ଅର୍ଥାତ ମାର୍ଚ୍ଚ ୫ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

ରାଜ୍ୟ ସରକାର କହିଛନ୍ତି, ପୂର୍ବରୁ ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ଯୋଗୁ ଛୁଟି ହେଉଥିଲା କିନ୍ତୁ ତାହା ଏପ୍ରିଲ ୨୪କୁ ପାଳନ ହେବାକୁ ଥିବାରୁ ଆସନ୍ତାକାଲି ଛୁଟି ହେବାର କୌଣସି ଯଥାର୍ଥତା ନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories