www.samajalive.in
Saturday, December 6, 2025
16.1 C
Bhubaneswar

୬ରୁ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ, ଭାଗନେବେ ୨୦୦ ପ୍ରକାଶକ ଓ ପୁସ୍ତକ ବିକ୍ରେତା

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୬ ତାରିଖରୁ ଭୁବନେଶ୍ୱରସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ। ଏହା ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜନ କରାଯିବ।

ଚଳିତ ବର୍ଷ ପ୍ରାୟ ପୁସ୍ତକ ମେଳାରେ ୪୦୦ଟି ଷ୍ଟଲ୍‌ ସହିତ ପ୍ରାୟ ୨୦୦ ପ୍ରକାଶକ ଓ ପୁସ୍ତକ ବିକ୍ରେତା ଯୋଗଦେବେ। ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବ, ଓଡ଼ିଶାରେ ବୁଦ୍ଧ ସ୍ମାରକୀ, ଭଗବାନ ବିର୍ସା ମୁଣ୍ଡା ଓ ଅନ୍ୟାନ୍ୟ ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନୀକୁ ଆଧାର କରାଯାଇ ତିନିଗୋଟି ଥିମ୍ ପାଭିଲିୟନ ନିର୍ମାଣ କରାଯିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୁସ୍ତକ ମେଳାର ମୁଖ୍ୟ ପ୍ରବେଶ ଦ୍ୱାରକୁ ଡକ୍ଟର ହରେକୃଷ୍ଣ ମହତାବ, ମୁଖ୍ୟମଞ୍ଚକୁ ସୁନାମଧନ୍ୟ ସାହିତ୍ୟିକ ସାତକଡି ହୋତା, ମେଳାର ଭିତର ପ୍ରବେଶ ଦ୍ୱାରକୁ କବି ହରିହର ମିଶ୍ର ଏବଂ ମେଳାର ଭିତର ମଞ୍ଚକୁ ସାହିତ୍ୟିକ ସତ୍ୟନାରାୟଣ ବହିଦାରଙ୍କ ନାମରେ ନାମିତ କରାଯିବ।

- Advertisement -

ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, ପୁସ୍ତକ ମହୋତ୍ସବରେ ଓଡ଼ିଆ ଅସ୍ମିତାର ବିନ୍ଧାଣୀ ଏବଂ ଯୁଗସ୍ରଷ୍ଟା ସାହିତ୍ୟିକମାନଙ୍କର ସାରସ୍ୱତ ସାହିତ୍ୟ ସର୍ଜନାକୁ ପ୍ରାଧାନ୍ୟ ଦିଆଯାଇଛି। ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବ, ଓଡ଼ିଶାରେ ବୁଦ୍ଧ ସ୍ମାରକୀ, ଭଗବାନ ବିର୍ସା ମୁଣ୍ଡା ଓ ଅନ୍ୟାନ୍ୟ ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନୀକୁ ଆଧାର କରାଯାଇ ଥିମ୍ ପାଭିଲିୟନ ନିର୍ମାଣ କରାଯାଇଛି। ରାଜ୍ୟସ୍ତରୀୟ ପୁସ୍ତକ ମେଳା ରାଜ୍ୟରେ ପାଠକୀୟ ପରିବେଶରେ ଅଭିବୃଦ୍ଧି ଆଣିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories