www.samajalive.in
Monday, December 15, 2025
15.1 C
Bhubaneswar

ଭାରତୀୟ ହକି ଦଳର ଆଉ ୧୦ ବର୍ଷ ପ୍ରାୟୋଜକ ହେବ ଓଡ଼ିଶା, ୨୦୩୩ ପର୍ଯ୍ୟନ୍ତ ପ୍ରାୟୋଜକ ହେବାକୁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି

ଭୁବନେଶ୍ବର: ହକିପ୍ରେମୀଙ୍କ ପାଇଁ ବଡ଼ ଖବର। ଓଡ଼ିଶା ସରକାର ଆଉ ୧୦ ବର୍ଷ ପର୍ଯ୍ୟନ୍ତ ତଥା ୨୦୩୩ ଆଜି ପ୍ରାୟୋଜକ ରହିବ। ଓଡ଼ିଶାରେ ଜାତୀୟ ତଥା ଆନ୍ତର୍ଜାତୀୟ ହକି ଟୁର୍ଣ୍ଣାମେଣ୍ଟ ମ୍ୟାଚ ଦେଖିବାକୁ ମିଳିବ। ଏହାସହିତ ଜାତୀୟ ଓ ଆନ୍ତର୍ଜାତୀୟ କ୍ଷେତ୍ରରେ ଖେଳାଯିବାକୁ ଥିବା ସମସ୍ତ ହକି ମ୍ୟାଚର ଓଡ଼ିଶା ପ୍ରାୟୋଜକ ହେବ। ଏହି ପ୍ରସ୍ତାବ ଉପରେ ଆଜି କ୍ୟାବିନେଟ ​ମୋହର ମାରିଛି।

ଆଜି​‌ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ସମ୍ପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମୋଟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏହି ବୈଠକରେ ଭାରତୀୟ ହକି ଦଳର ଆଉ ୧୦ ବର୍ଷ ପ୍ରାୟୋଜକ ହେବ ଓଡ଼ିଶା ଏବଂ ୨୦୨୩ ପର୍ଯ୍ୟନ୍ତ ପ୍ରାୟୋଜକ ହେବାକୁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।

- Advertisement -

ଓଡ଼ିଶାରେ ଦୁଇ ଥର ବିଶ୍ୱକପ୍ ହକି ପୁରୁଷ ପ୍ରତିଯୋଗିତା ଆୟୋଜନ କରିଥିବା ଓଡ଼ିଶା ଖଣି ନିଗମ ୨୦୩୩ ମସିହା ପର୍ଯ୍ୟନ୍ତ ଭାରତୀୟ ଜାତୀୟ ହକି ଟିମଗୁଡ଼ିକର ପ୍ରାୟୋଜକ ରହିବେ। ୨୦୧୮ ମସିହାରେ ଓଡ଼ିଶା ଉଭୟ ଜାତୀୟ ପୁରୁଷ ଓ ମହିଳା ହକି ଟିମର ପ୍ରାୟୋଜକ ରହିଛି। ୦୨୩ ମସିହାରେ ଏହି ପ୍ରାୟୋଜକ ଅବଧି ଶେଷ ହେଉଥିଲା। ଏହି ପ୍ରାୟୋଜକ ହେବା ନିମନ୍ତେ ଓଡ଼ିଶା ଖଣି ନିଗମ(ଓଏମସି) ପକ୍ଷରୁ ରାଜ୍ୟ ସରକାରଙ୍କ ଅନୁମତି ଲୋଡ଼ାଯାଇଥିଲା ଓ ପ୍ରସ୍ତାବ ଦିଆଯାଇଥିଲା, ଯାହାକୁ ରାଜ୍ୟ କ୍ୟାବିନେଟ ଆଜି ମଞ୍ଜୁରୀ ପ୍ରଦାନ କରିଛନ୍ତି। ୨୦୨୩ ଫେବୃୟାରୀ ୧ରୁ ୨୦୩୩ ଜାନୁୟାରୀ ୩୧ ପର୍ଯ୍ୟନ୍ତ ଭାରତୀୟ ହକି ଟିମ(ଉଭୟ ପୁରୁଷ ଓ ମହିଳା)ର ପ୍ରାୟୋଜକ ଭାବେ ଓଏମସି ୪୩୪.୧୨କୋଟି ଟଙ୍କା(ଟିକସକୁ ବାଦ୍ ଦେଇ) ପ୍ରଦାନ କରିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories