www.samajalive.in
Monday, December 8, 2025
14.1 C
Bhubaneswar

ରାଜ୍ୟରେ ଆଜି ୩ ହଜାର୨୫୨ କରୋନା ପଜିଟିଭ ଚିହ୍ନଟ : ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ ଆଜି ୩ ହଜାର୨୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୨୬୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ଆଉ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭,୯୨୦କୁ ବୃଦ୍ଧି ପାଇଛି। ଏହାସହ ୬୭,୮୨୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୯, ୫୭୧ ସକ୍ରିୟ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
୩୦ ଟି ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୬୨ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧୧, ବାଲେଶ୍ୱର ୭୮, ବରଗଡ଼ ୧୪୬, ଭଦ୍ରକ ୭୬, ବଲାଙ୍ଗୀର ୬୪, ବୌଦ୍ଧ ୩୮, କଟକ ୩୨୩, ଦେଓଗଡ଼ ୭, ଢେଙ୍କନାଳ ୯୪, ଗଜପତି ୨୦, ଗଞ୍ଜାମ ୧୬୯, ଜଗତସିଂହପୁର ୩୬, ଯାଜପୁର ୮୩, ଝାରସୁଗୁଡ଼ା ୫୫, କଳାହାଣ୍ଡି ୨, କନ୍ଧମାଳ ୨୬, କେନ୍ଦ୍ରାପଡ଼ା ୭୭, କେନ୍ଦୁଝର ୫୦, କୋରାପୁଟ ୨୫, ମାଲକାନଗିରି ୨୧, ମୟୁରଭଞ୍ଜ ୧୨୩, ନବରଙ୍ଗପୁର ୪୧, ନୟାଗଡ଼ ୧୨୦, ନୂଆପଡ଼ା ୨୫, ପୁରୀ ୧୩୫, ରାୟଗଡ଼ା ୪୫୦, ସମ୍ବଲପୁର ୬୩, ସୋନପୁର ୩୮, ସୁନ୍ଦରଗଡ଼ ୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories