www.samajalive.in
Thursday, December 11, 2025
16.1 C
Bhubaneswar

ପ୍ରତାପ ଜେନାଙ୍କୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର

ଭୁବନେଶ୍ବର: ପଞ୍ଚାୟତରାଜ ଓ ପାନୀୟଜଳ,ଆଇନ, ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ମିଳିଛି ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର। ପ୍ରତାପ ଜେନା ମନ୍ତ୍ରୀଭାବରେ ନିଜର ଶ୍ରେଷ୍ଠ ପଦର୍ଶନ କରିଥିବା କାରଣରୁ ତାଙ୍କୁ ଏହି ପୁରସ୍କାର ମିଳିଛି। ନୂଆଦିଲ୍ଲୀରେ ଆୟୋଜିତ ଏକ ଭବ୍ୟସମାରୋହରେ କେନ୍ଦ୍ର ଦକ୍ଷତା ବିକାଶ ଓ ଔଦ୍ୟୋଗିକ ମନ୍ତ୍ରୀ ମହେନ୍ଦ୍ର ନାଥ ପାଣ୍ଡେଙ୍କ ନିକଟରୁ ପୁରସ୍କାର ଗ୍ରହଣ କରିଛନ୍ତି ପ୍ରତାପ ଜେନା। ଫେମ୍ ଇଣ୍ଡିଆ ପକ୍ଷରୁ ଦେଶର ସମସ୍ତ ରାଜ୍ୟର ମନ୍ତ୍ରୀମାନଙ୍କ ଦକ୍ଷତାକୁ ଆକଳନ କରାଯାଇ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଏ। ଚଳିତ ବ‌ର୍ଷ ଏହି ପୁରସ୍କାର ପାଇଁ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଚୟନ କରାଯାଇଛି। ଏଠାରେସୂଚନାଯୋଗ୍ୟ ମହାଙ୍ଗା ନିର୍ବାଚନ ମଣ୍ଡଳୀରୁ ପଞ୍ଚମଥର ପାଇଁ ଓଡିଶା ବିଧାନସଭାକୁ ନିର୍ବାଚିତ ହୋଇଥିବା ପ୍ରତାପ ଜେନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ କ୍ୟାବିନେଟ ମନ୍ତ୍ରୀ ଅଛନ୍ତି। ୨୦୦୯ରୁ ୨୦୧୨ ପର୍ୟ୍ୟନ୍ତ ପ୍ରତାପ ଜେନା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ଭାବେ କାର୍ୟ୍ୟକରିଥିଲେ। ଏହାପରେ ୨୦୧୭ରୁ ୨୦୧୯ ପର୍ୟ୍ୟନ୍ତ ସ୍ବାସ୍ଥ ଓ ପରିବାର କଲ୍ୟାଣ ,ଆଇନ,ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଭାବେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ତୁଲାଇଥିଲେ ପ୍ରତାପ ଜେନା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories