www.samajalive.in
Sunday, December 7, 2025
23.1 C
Bhubaneswar

ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପୁରସ୍କାର ବିତରଣ ଉତ୍ସବ ଆୟୋଜିତ

ଭୁବନେଶ୍ବର: ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପକ୍ଷରୁ ୨୦୨୩ ବର୍ଷ ପାଇଁ ତିନିଟି ବର୍ଗରେ ତିନିଜଣ ଲେଖକଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି। ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିବା ପୁରସ୍କାର ବିତରଣ ଉତ୍ସବରେ ଉର୍ଦ୍ଦୁ ସାହିତ୍ୟର ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଭଦ୍ରକ ଜିଲ୍ଲାର ଜନାବ୍ ସେକ୍ ଅନୱର ହୁସେନଙ୍କୁ “ଅମଜଦ ନଜମୀ ପୁରସ୍କାର ୨୦୨୩” ପ୍ରଦାନ କରାଯାଇଛି। ଏଥିସହ ୩ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି। କଟକ ଜିଲ୍ଲାର ଜନାବ୍ ଅବଦୁଲ ହକ୍ ବେତାବ୍ ଙ୍କୁ “ଡ଼ଃ କରାମତ୍ ଅଲ୍ଲୀ କରାମତ୍ ପୁରସ୍କାର ୨୦୨୩” ପ୍ରଦାନ କରାଯାଇଛି। ଏଥିସହ ୨ ଲକ୍ଷ ଟଙ୍କାର ଅର୍ଥରାଶି, ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି। କଟକ ଜିଲ୍ଲାର ଜନାବ୍ ସମିଉଲ୍ ହକ୍ ଶାକିରଙ୍କୁ “ଶ୍ରୀଯୁକ୍ତ ରଶ୍ମିକାନ୍ତ ରାହି ପୁରସ୍କାର ୨୦୨୩” ପ୍ରଦାନ କରାଯାଇଛି। ଏଥିସହ ୧ ଲକ୍ଷ ଟଙ୍କାର ଅର୍ଥରାଶି, ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି।

କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପୁରସ୍କାର-୨୦୨୩ ପ୍ରାପ୍ତ ସମସ୍ତ ଲେଖକମାନଙ୍କୁ ସେ ଶୁଭେଚ୍ଛା ଜଣାଇଥିଲେ। ଏଥିସହ ସେ କହିଥିଲେ ଯେ, ଉର୍ଦ୍ଦୁ ଭାଷା ଏକ ମଧୁର ଭାଷା। ବହୁ ଲେଖକ ଓ କବିମାନେ ନିଜର ସାହିତ୍ୟ ସର୍ଜନା ମାଧ୍ୟମରେ ଉର୍ଦ୍ଦୁ ଭାଷାକୁ ପରିପୁଷ୍ଟ କରିଛନ୍ତି। ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପୁରସ୍କାର ପ୍ରାପ୍ତ ସମସ୍ତ ସାହିତ୍ୟିକମାନେ ଆଗାମୀ ଭବିଷ୍ୟତର ଉର୍ଦ୍ଦୁ ଲେଖକମାନଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ବାଚସ୍ପତି ମତ ପ୍ରକାଶ କରିଥିଲେ। ବାଚସ୍ପତି ଉର୍ଦ୍ଦୁ ସାହିତ୍ୟର ପ୍ରଚାର ଓ ପ୍ରସାର ନିମନ୍ତେ ଓଡ଼ିଶା ଉର୍ଦ୍ଦୁ ଏକାଡେମୀର କାର୍ଯ୍ୟକୁ ପ୍ରଶଂସା କରିବା ସହିତ କାର୍ଯ୍ୟକ୍ରମରେ କବିତା ପାଠ କରିଥିଲେ। ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଯୋଗଦେଇ ଉର୍ଦ୍ଦୁ ସାହିତ୍ୟର ବିଶିଷ୍ଟ ସାହିତ୍ୟିକ ଏବଂ ଅନୁବାଦ ସାହିତ୍ୟ ଉପରେ ଆଲୋକପାତ କରିଥିଲେ। ଉର୍ଦ୍ଦୁ ସାହିତ୍ୟର ପ୍ରତିଭାମାନଙ୍କୁ ଏକାଡେମୀ ପୁରସ୍କାର ପ୍ରଦାନ କରାଯିବା ସହିତ ଶାମ୍-ଏ-ଗଜଲ୍ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

- Advertisement -

କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡ଼. ବିଜୟ କେତନ ଉପାଧ୍ୟାୟ, ଓଡ଼ିଶା ଉର୍ଦ୍ଦୁ ଏକାଡେମୀର ସଭାପତି ଜନାବ୍ ଖାଲିଦ୍ ରହିମ୍, ଉପସଭାପତି ଜନାବ୍ ନଫିସ୍‌ ମଞ୍ଜର ହସନ୍‌, ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ରଶେଖର ହୋତା ପ୍ରମୁଖ ଉପସ୍ଥିତ ଥିଲେ। ଓଡ଼ିଶା ଉର୍ଦ୍ଦୁ ଏକାଡେମୀର ସଚିବ ଶ୍ରୀମତୀ ଶୁଚିସ୍ମିତା ମନ୍ତ୍ରୀ ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories