www.samajalive.in
Tuesday, December 9, 2025
17.1 C
Bhubaneswar

ବିଶ୍ୱ ତମାଖୁ ବର୍ଜନ ପକ୍ଷରେ ଶ୍ରେଷ୍ଠ ପ୍ରଦର୍ଶନ, ଓଡିଶାକୁ ମିଳିଲା ଦ୍ବିତୀୟ ସ୍ଥାନ

ଭୁବନେଶ୍ୱର: ବିଶ୍ୱ ତମାଖୁ ବର୍ଜନ ଦିବସ – ୨୦୨୪ ଉପଲକ୍ଷେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ଅବସରରେ ଶ୍ରେଷ୍ଠ ପ୍ରଦର୍ଶନକରୀ ଭାବେ ଓଡିଶା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରି ସମ୍ମାନିତ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅଧିନସ୍ଥ ମୌଲାନା ଆଜାଦ ଇନଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନ୍ସର ମୁଖ ସ୍ୱାସ୍ଥ୍ୟ ଏବଂ ତମାଖୁ ବର୍ଜନ ଜାତୀୟ ସମ୍ବଳ କେନ୍ଦ୍ର ଦ୍ୱାରା ତମାଖୁ ବର୍ଜନ ସମ୍ପର୍କିତ ବିଭିନ୍ନ ପଦକ୍ଷେପର ସବିଶେଷ ମୂଲ୍ୟାଙ୍କନ କରାଯାଇ ଓଡିଶାକୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

ଜାତୀୟ ସ୍ୱାସ୍ଥ୍ୟ ମିଶନର ଅତିରିକ୍ତ ଶାସନ ସଚିବ ତଥା ମିଶନ ନିର୍ଦ୍ଦେଶିକା ଶ୍ରୀମତୀ ଆରାଧନା ପଟ୍ଟନାୟକ ଅନ୍ୟ ଅତିଥିମାନେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ପ୍ରତିନିଧିତ୍ବ କରିଥିବା ନିର୍ଦ୍ଦେଶକ, ଜନସ୍ୱାସ୍ଥ୍ୟ ଡା ନୀଳକଣ୍ଠ ମିଶ୍ରଙ୍କୁ ମାନପତ୍ର ଏବଂ ଉପଢୌକନ ପ୍ରଦାନ କରି ସମ୍ମାନିତ କରିଥିଲେ । ମଇ ୨୦ ରୁ ଜୁନ ୫ ତାରିଖ ପର୍ଯ୍ୟନ୍ତ ବିଶ୍ୱ ତମାଖୁ ବର୍ଜନ ପକ୍ଷ ପାଳନ ଅବସରରେ ଦେଶ ତମାମ ନିଆଯାଇଥିବା ବିଭିନ୍ନ ପଦକ୍ଷେପକୁ ଆକଳନ କରାଯାଇ ଓଡିଶାକୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories