ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ଯୋଗୁ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଆଜିଠାରୁ ଦୁଇଦିନ ଧରି କାଳବୈଶାଖୀ ସଂଘଟିତ ହେବା ସମ୍ଭାବନା ଥିବାରୁ କେତେକ ଜିଲାକୁ ଅରେଞ୍ଜ ସତର୍କ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ। ଏହି ସବୁ ଜିଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, କଟକ ଓ ଢେଙ୍କାନାଳ ଜିଲାରେ କୁଆପଥର ବୃଷ୍ଟିପାତ ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ଛାଡ଼ି ଅନ୍ୟାନ୍ୟ ସ୍ଥାନଗୁଡ଼ିକରେ ବଜ୍ରପାତ ସହ ବର୍ଷାର ସମ୍ଭାବନା ଥିବାରୁ ହଳଦିଆ ସତର୍କତା ଦିଆଯାଇଛି।
Popular Categories



