www.samajalive.in
Monday, December 15, 2025
16.1 C
Bhubaneswar

ପଶ୍ଚିମା ଝଡ଼ ସକ୍ରିୟ, ୧୮ ଜିଲ୍ଲାକୁ ସତର୍କତା ଜାରି

ଡେସ୍କ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ରହିଛି। ଉତ୍ତରପ୍ରଦେଶ ଏବଂ ଏହାର ଆଖପାଖରେ ସୃଷ୍ଟ ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ପାଗ କୋହଲା ରହିଛି। ତେବେ ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି।

ଏ ନେଇ ବିଭାଗ ପକ୍ଷରୁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣିଂ ଆଲର୍ଟ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି ଏବଂ କନ୍ଧମାଳ। ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବା ସହ ୮ଟି ଜିଲ୍ଲାରେ କୁଆପଥର ବୃଷ୍ଟି ନେଇ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories