www.samajalive.in
Sunday, December 7, 2025
26.1 C
Bhubaneswar

ଆଗାମୀ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୪ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ, ଉପକୂଳ, ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୬ରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି। କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ମୌସୁମୀ ସ୍ୱାଭାବିକ ସ୍ଥିତିରେ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲା ଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories