www.samajalive.in
Monday, December 8, 2025
13.1 C
Bhubaneswar

ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର, ୩ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ବର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି। କିନ୍ତୁ ଜଡିତ ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ମୌସୁମୀ ନିମ୍ନଚାପ ରେଖା ଆଜି ତାର ସାଧାରଣ ଅବସ୍ଥାନ ଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ବିକେନାରରୁ ବାହାରି ଗୁନା, ମାଣ୍ଡଲା, ରାଏପୁର ମଧ୍ୟ ଦେଇ ଆନ୍ଧ୍ରପ୍ରଦେଶର କଳିଙ୍ଗାପାଟନମରୁ ଦକ୍ଷିଣ ପୂର୍ବ ଦିଗରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି ତଥା ବାୟୁମଣ୍ଡଳରେ ୨.୧କିମି ଉଚ୍ଚତା ଯାଏଁ ବ୍ୟାପିଛି।

ଲଘୁଚାପ ପ୍ରଭାବରେ ଗତ ୨୪ଘଣ୍ଟାରେ ରାଜ୍ୟରେ ବିସ୍ତୃତି ବର୍ଷା ରେକର୍ଡ କରାଯାଇଛି। ସର୍ବାଧିକ ବର୍ଷା ବାଲେଶ୍ୱର ସହରରେ ସର୍ବାଧିକ ୧୧୭.୧ ମିମି ବର୍ଷା ରେକର୍ଡ କରାଯାଇଛି ତଥା ୧୩ଟି ସହରରେ ପ୍ରବଳ ବର୍ଷା ରେକର୍ଡ କରଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ସହ ହାରାହାରି ୧୭.୪ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୧୦.୯ ମିମି ତୁଳନାରେ ୬୦ ପ୍ରତିଶତ ଅଧିକ ରହିଛି। ସେପ୍ଟେମ୍ବର ୧ରୁ ୬ ମଧ୍ୟରେ ରାଜ୍ୟରେ ୬୬.୨ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୫୯.୪ ମିମି ତୁଳନାରେ ୧୧%ପ୍ରତିଶତ ଅଧିକ ରହିଛି।

- Advertisement -

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ, ଝାରସୁଗୁଡ଼ା, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡିକୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବୈଜ୍ଞାନିକ ଉମାଶଙ୍କର ଦାଶ କହିଛନ୍ତି, ଏହି ଲଘୁଚାପ କ୍ଷେତ୍ରର ପ୍ରବାହ ଦକ୍ଷିଣ ଓଡ଼ିଶାରେ ଅଧିକ ପଡ଼ିବ। ଏହା ପ୍ରଭାବରେ ସବୁ ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ମଙ୍ଗଳବାର ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ନୂଆପଡା, ବାଲେଶ୍ବର,ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡ଼ା ଏବଂ ସମ୍ବଲପୁର ଓ କନ୍ଧମାଳ ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କେତେ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇପାରେ। ସହରାଞ୍ଚଳରେ ଟ୍ରାଫିକ ଭିଡ, ଜଳ ନିଷ୍କାସନ ସମସ୍ୟା ଦେଖାଦେଇପାରେ। ପାହାଡିଆ ଅଞ୍ଚଳରେ ପାହାଡ ଧସିବାର ଆଶଙ୍କା ରହିଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories