www.samajalive.in
Sunday, December 7, 2025
26.1 C
Bhubaneswar

ଗୁରୁଚାପ ବଳୟ ସକ୍ରିୟ, ବଢ଼ିବ ଶୀତ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୮ରୁ ୧୩ ତାରିଖ ଯାଏଁ ପାଗ ଶୁଖିଲା ରହିବ। ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର ଏବଂ ମୟୂରଭଞ୍ଜ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରିଛି। ବର୍ତ୍ତମାନ ରାଜ୍ୟର ଅଧିକାଂଶ ସ୍ଥାନରେ ରାତ୍ରି ତାପମାତ୍ରା ସ୍ବାଭାବିକ ତୁଳନାରେ ୨ ରୁ ୪ ଡିଗ୍ରୀ ଅଧିକ ରହିଛି। ତେବେ ଦେଶର ମଧ୍ୟ ଭାଗରେ ଏକ ଗୁରୁଚାପ ବଳୟ ସକ୍ରିୟ ହେଉଥିବାରୁ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର-ଦିଗରୁ ଶୁଷ୍କ-ଥଣ୍ଡାବାୟୁ ପ୍ରବାହିତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨ ଦିନ ମଧ୍ୟରେ ରାତି ତାପମାତ୍ରାରେ ୨ରୁ ୩ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷରେ ସପ୍ତାହକ ମଧ୍ୟରେ ବିଶେଷ ଥଣ୍ଡା ହେବନାହିଁ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି। ଏହାସହିତ ଦୀପାବଳିରେ ପାଗ ଭଲ ରହିବ। କିନ୍ତୁ ୧୭ ତାରିଖରୁ ଦକ୍ଷିଣ ଉପକୂଳରେ ପାଗ ମେଘୁଆ ରହିବ। ବୁଧବାରଠାରୁ ଭୁବନେଶ୍ବର ସମେତ ଉପକୂଳ ଅଞ୍ଚଳରେ ତାପମାତ୍ରା ପ୍ରାୟ ୧.୫ ଡିଗ୍ରୀକୁ ଖସିବ। ୧୦ ତାରିଖରୁ ପୁଣି ରାତି ତାପମାତ୍ରା ବଢ଼ିବ ବୋଲି ଶ୍ରୀ ପଶୁପାଳକ ସୂଚନା ଦେଇଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories