www.samajalive.in
Saturday, December 13, 2025
15.1 C
Bhubaneswar

ପହିଲା ଯାଏ ପାଗ ଶୁଖିଲା, ୧୧ ଡିଗ୍ରୀ ତଳେ ୧୦ ସହର

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେଲା ବର୍ଷା ଓ କୋହଲା ପାଗ ଲାଗି ରହିଥିବାବେଳେ ଆସନ୍ତାକାଲିଠାରୁ ପାଗରେ ପରିବର୍ତ୍ତନ ଆସିବ। ଏହାସହିତ ଫେବୃଆରୀ ପହିଲା ଯାଏ ପାଗ ଶୁଖିଲା ରହିବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ହାରାହାରି ୭.୬ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ଯାହା ସ୍ବାଭାବିକ ବର୍ଷା ତୁଳନାରେ ୪୬୬୬% ଅଧିକ ରେକର୍ଡ଼ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ‌୧୦ଟି ସହରର ତାପମାତ୍ରା ୧୧ ଡିଗ୍ରୀ ସେଲସିଅସ ତଳେ ରହିଥିବା ରେକର୍ଡ କରାଯାଇଛି। ସେହି ଅଞ୍ଚଳଗୁଡିକ ହେଉଛି କିରେଇ (୬), ରାଉରକେଲା (୭.୯), ଝାରସୁଗୁଡା (୮), ସୁନ୍ଦରଗଡ଼ (୯), ଅନୁଗୁଳ (୧୦), କୋରାପୁଟ (୧୦.୧), ରାଣୀତାଲ (୧୦.୨), କେନ୍ଦୁଝରଗଡ଼ (୧୦.୪), ସମ୍ବଲପୁର ଓ ଫୁଲବାଣୀ (୧୧)।


ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼ ଏବଂ କଳାହାଣ୍ଡି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସେହିପରି ୨୭ ତାରିଖ ଯାଏ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଏବଂ ଉତ୍ତର ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି। ଆଜି ବଲାଙ୍ଗୀରରେ ଘନକୁହୁଡ଼ି ଦୃଶ୍ୟମାନ ହୋଇଥିଲା। ବାରିପଦା, ଝାରସୁଗୁଡ଼ା, ରାଉରକେଲା ଏବଂ ଭବାନୀପାଟଣାରେ କୁହୁଡ଼ି ଦୃଶ୍ୟମାନ ହୋଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories